Posted inଖେଳ

‘ଦ୍ୱିତୀୟ ବୁଷ୍ଟର ଡୋଜ୍‌ ପାଇଁ ଦିଆଯାଉ ଅନୁମତି’

ନୂଆଦିଲ୍ଲୀ,୨୭।୧୨:କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)ର ପ୍ରତିନିଧୀ, ବରିଷ୍ଠ ଡାକ୍ତର ଏବଂ ଜନସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସହ କୋଭିଡଙ୍କ ସ୍ଥିତି ଏବଂ ପ୍ରସ୍ତୁତିର ସମୀକ୍ଷା ପାଇଁ ଏକ ଭର୍ଚୁଆଲ ବୈଠକ କରିଛନ୍ତି।
ବିଶେଷ କରି ଚାଇନା, ଜାପାନ, ଦକ୍ଷିଣ କୋରିଆ ଏବଂ ଥାଇଲ୍ୟାଣ୍ଡରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଏହା ଉପରେ ନଜର ରଖିବାକୁ ସରକାରଙ୍କ ଉଦ୍ୟମର ଏକ ଅଂଶ ଭାବରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଭାରତରେ ପରିସ୍ଥିତି ଠିକ ଅଛି। ଗତ ୭ ଦିନରେ ଭାରତରେ ରିପୋର୍ଟ ହୋଇଥିବା ନୂତନ ମାମଲା ସଂଖ୍ୟା ୧ ଡିସେମ୍ବରରେ ୩୦୦ରୁ କମ ହୋଇ ୨୫ ଡିସେମ୍ବରରେ ୧୬୩କୁ ହ୍ରାସ ପାଇଛି।
ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ର ପୂର୍ବତନ ସଭାପତି ଡା. ଜୟଲାଲ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ହୋଇଥିବା ବୈଠକରେ ଅଂଶଗ୍ରହଣ କରିଥିଲେ। ଜୟଲାଲ କହିଛନ୍ତି, ବିଶେଷକରି ସ୍ବାସ୍ଥ୍ୟ କର୍ମୀ ଏବଂ ଫ୍ରଣ୍ଟଲାଇନ୍‌ ଓ୍ବାର୍କର୍ସଙ୍କ ପାଇଁ ଚତୁର୍ଥ ଡୋଜ୍‌ ଉପରେ ବିଚାର କରିବାକୁ ସରକାରଙ୍କୁ ଅନୁରୋଧ କରାଯାଇଛି।
ସ୍ବାସ୍ଥ୍ୟସେବା ଏବଂ ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ପ୍ରାୟ ଏକ ବର୍ଷ ପୂର୍ବରୁ ବୁଷ୍ଟର ଡୋଜ୍‌ ନେଇଥିଲେ। ତେଣୁ ସେମାନଙ୍କ ରୋଗ ପ୍ରତିରୋଧକ ଶକ୍ତି ଶେଷ ହୋଇଯାଇଥିବ। ବରିଷ୍ଠ ଡାକ୍ତର, ନର୍ସ, ହସ୍ପିଟାଲର ଅନ୍ୟ କର୍ମଚାରୀ ଏବଂ ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଦ୍ୱିତୀୟ ବୁଷ୍ଟର ଡୋଜ ଉପରେ ବିଚାର କରିବାକୁ ଆମେ ମନ୍ତ୍ରୀଙ୍କୁ ଅନୁରୋଧ କରିଛୁ। ଅନ୍ୟାନ୍ୟ ପରାମର୍ଶରେ ମନ୍ତ୍ରୀଙ୍କ ସହ କଥାବାର୍ତ୍ତା ବେଳେ ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବା ମଧ୍ୟ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri