କୋଭିଡ୍‌ ପରିସ୍ଥିତିର ସମୀକ୍ଷା କଲେ ଆର୍‌ଡିସି

ପୁରୀ ଅଫିସ, ୮।୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଅନିଲ କୁମାର ସାମଲ ପୁରୀ ଜିଲା କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସ୍‌ ପରିସରରେ ଶୁକ୍ରବାର ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ପୁରୀ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଥିଲେ। କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ ଉପଲବ୍ଧ ସୁବିଧା ଓ ଡାକ୍ତରମାନେ ନିୟମିତ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଉପଲବ୍ଧ ସେବା ଏବଂ ଭଲମନ୍ଦ ଜାଣିବା ପାଇଁ ସିଧାସଳଖ ରୋଗୀଙ୍କ ସହ କଥା ହେବେ ବୋଲି ରାଜସ୍ବ କମିଶନର କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ବଲୱନ୍ତ ସିଂ ଜିଲାରେ କୋଭିଡ୍‌ ସ୍ଥିତି, କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର, କେୟାର ସେଣ୍ଟର, କେୟାର ହୋମ୍‌ ସମ୍ପର୍କରେ ଜଣାଇଥିଲେ। ଜିଲାରେ ଏ ପର୍ଯ୍ୟନ୍ତ ୨୯ ହଜାର କୋଭିଡ୍‌ ପରୀକ୍ଷା କରାଯାଇଛି। ସେଥିରୁ ୧୧୨୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୬୨ ପ୍ରତିଶତ ରହିଛି ଏବଂ ଏହି ହାର ବୃଦ୍ଧି ପାଇବ ବୋଲି ଜିଲାପାଳ ଆଶାବ୍ୟକ୍ତ କରିଛନ୍ତି। ସଂକ୍ରମିତ ରୋଗ ଚିକିତ୍ସାଳୟରେ ଥିବା କରୋନା ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା କ୍ଷମତାକୁ ୧୦୦କୁ ବୃଦ୍ଧି କରାଯାଇ ଅଧିକ ଡାକ୍ତର ଓ ସହାୟକ କର୍ମୀଙ୍କୁ ନିୟୋଜିତ କରାଯିବ। ବର୍ତ୍ତମାନ ଜିଲାରେ ୧୦ଟି କୋଭିଡ୍‌ କେୟାର ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ରୋଗୀଙ୍କ ପାଇଁ ୮୯୩ ଶଯ୍ୟା ବ୍ୟବସ୍ଥା ରହିଛି। ଏଥିନିମନ୍ତେ ଆନୁଷଙ୍ଗିକ କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବେସରକାରୀ ଭାବେ କାର୍ଯ୍ୟ କରୁଥିବା ଡାକ୍ତରଙ୍କୁ ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଦେଖିବା କାମରେ ନିୟୋଜିତ ଓ କରୋନା ସଂକ୍ରମିତ ଗର୍ଭବତୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ବୈଠକରେ ଏସ୍‌ପି ଅଖିଳେଶ୍ୱର ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଓ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ପୌରସଂସ୍ଥା ଅତିରିକ୍ତ ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri