ଦେଶରେ ଓମିକ୍ରନ୍ ଯୋଗୁ ଫେବୃୟାରୀରେ ଆସିବ ତୃତୀୟ ଲହର: କୋଭିଡ ସୁପର ମଡେଲ କମିଟିର ଚେତାବନୀ

ନୂଆଦିଲ୍ଲୀ,୧୯ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ରୁତ ବେଗରେ ମାଡି ଚାଲିଛି । ଏପର୍ଯ୍ୟନ୍ତ ଏହା ଦେଶର ୧୨ ରାଜ୍ୟକୁ ବ୍ୟାପି ସାରିଲାଣି । ଆଉ ଏଥିରେ ୧୪୫ ଜଣ ସଂକ୍ରମିତ ହୋଇ ସାରିଲେଣି । ଏହାକୁ ଦେଖି ନ୍ୟାଶନାଲ କୋଭିଡ ସୁପର ମଡେଲ କମିଟି ଅନୁମାନ ଲଗାଇଛି କି ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ ଫେବୃୟାରୀ ସୁଦ୍ଧା ଦେଶରେ କରୋନା ମହାମାରୀର ତୃତୀୟ ଲହର ଆସିପାରେ ।
କମିଟି କହିଛି ଓମିକ୍ରନର ପ୍ରଭାବକୁ ଦେଖିଲେ ଲାଗୁଛି ତୃତୀୟ ଲହର ଦ୍ୱିତୀୟ ଲହର ଅପେକ୍ଷା କମ୍ ପ୍ରଭାବି ବା ଭୟଙ୍କର ହେବ । ସଂକ୍ରମଣ ହାର ବୃଦ୍ଧି ହେଲେ ବି ମୃତ୍ୟୁ ସଂଖ୍ୟା ଖୁବ୍ କମ୍ ରହିବ । କମିଟିର ମୁଖ୍ୟ ବିଦ୍ୟାସାଗର କହିଛନ୍ତି ଏବେ ଦେଶରେ ପ୍ରତିଦିନ କରୋନା ସଂକ୍ରମତଙ୍କ ସଂଖ୍ୟା ୭,୫୦୦ ପାଖାପାଖି ଆସୁଛି । ହେଲେ ଓମିକ୍ରନ୍ ମୁଖ୍ୟ ଭାଇରସ ଭାବେ ଯେତେବେଳେ ଡେଲ୍ଟାକୁ ରିପ୍ଲେସ କରିବା ଆମ୍ଭ କରିବ ସେତେବେଳେ ସଂକ୍ରମିତଙ୍କ ସଂଖ୍ୟା ବହୁଗୁଣ ଅଧିକ ହୋଇଯିବ । ଏହାର କାରଣ ହେଉଛି ଓମିକ୍ରନ୍ ଡେଲ୍ଟା ବା ଅନ୍ୟ ଭାରିଏଣ୍ଟ ତୁଳନାରେ ଦ୍ରୁତ ଗତିରେ ବ୍ୟାପୁଛି । ତେଣୁ କରୋନାର ତୃତୀୟ ଲହରର କାରଣ ଓମିକ୍ରନ୍ ହିଁ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri