କୋଭିଡ୍‌ ଟେଷ୍ଟିଂ ଅବଧି ମାସେ ବଢ଼ିଲା

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଦେଶରେ ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟେଷ୍ଟିଂ ଅବଧିକୁ ବଢ଼ାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଚାଲିଥିବା କୋଭିଡ୍‌ ଟେଷ୍ଟିଂ ଅବଧି ମାର୍ଚ୍ଚ ଶେଷ ଯାଏ ଥିଲା। ଏହାକୁ ଏପ୍ରିଲ ୩୦ ଯାଏ ବୃଦ୍ଧି କରାଯାଇଛି। ଜିଲାଗୁଡ଼ିକରେ ମଧ୍ୟ ଟେଷ୍ଟିଂ ପରିମାଣ ବଢ଼ାଇବାକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଜଣେ ସ୍ବତନ୍ତ୍ର ସଚିବଙ୍କ ସହ ୩୦ ଜିଲା ପାଇଁ ୬ ଡାକ୍ତରଙ୍କୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି।

ଶୁକ୍ରବାର ୬୫୦ ଟିକାକରଣ କେନ୍ଦ୍ରରେ ମୋଟ ୭୭,୯୦୪ଜଣ ଟିକା ନେଇଛନ୍ତି। ଏମାନଙ୍କ ମଧ୍ୟରେ ସର୍ବାଧିକ ୪୭,୧୭୯ଜଣ ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୦,୯୪,୯୫୨ଜଣ ଟିକା ନେଇ ସାରିଲେଣି। ଟିକାକରଣରେ ଓଡ଼ିଶା ଦେଶରେ ଦ୍ୱିତୀୟରେ ରହିଥିବାବେଳେ ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯାଉଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ୯୧% ସ୍ବାସ୍ଥ୍ୟକର୍ମୀ ଓ ୮୨% ସମ୍ମୁଖ ଯୋଦ୍ଧା ଟିକା ନେଇଛନ୍ତି, ଯାହା ସାରାଦେଶରେ ଦ୍ୱିତୀୟ ସର୍ବାଧିକ। ରାଜ୍ୟରେ ପ୍ରାୟ ୫୦ ଲକ୍ଷ ୬୦ ବର୍ଷରୁ ଅଧିକ ବୟସ୍କ ଓ ୪୫ବର୍ଷରୁ ଅଧିକ ଏକାଧିକ ରୋଗ ଥିବା ଲୋକ ରହିଛନ୍ତି। ଏମାନଙ୍କ ଟିକାକରଣ ଆଗାମୀ ମେ’ ୧୫ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଡା. ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଦେଶରେ କେତେକ ରାଜ୍ୟରେ ହଠାତ୍‌ ସଂକ୍ରମଣ ବଢ଼ି ଚାଲିଛି। କିନ୍ତୁ ଓଡ଼ିଶାରେ ଏବେ କରୋନା ନିୟନ୍ତ୍ରଣାଧୀନ ରହିଛି। ସଂକ୍ରମଣ ଯେପରି ନ ବଢ଼ିବ ସେଥିପାଇଁ ନିର୍ଦ୍ଦିଷ୍ଟ ୫ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ଏୟାରପୋର୍ଟ ଓ ଷ୍ଟେଶନରେ ଯାଞ୍ଚ ହେଉଛି। ଲକ୍ଷଣ ଥିଲେ ଟେଷ୍ଟ କରାଯାଉଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri