Posted inଖେଳ

କୋଭିଡ୍‌ ଆଶଙ୍କା: ହାଇଦ୍ରାବାଦ, ଇନ୍ଦୋର ବିକଳ୍ପ ଭେନ୍ୟୁ

ମୁମ୍ବାଇ, ୪ା୪ (ପି.ଟି.): ସହରରେ କରୋନା ସଂକ୍ରମଣ ବଢ଼ି ଚାଲିଥିଲେ ସୁଦ୍ଧା ମୁମ୍ବାଇରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚ ଆୟୋଜନ କରିବା ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଶାବାଦୀ। ମୁମ୍ବାଇରେ ଏପ୍ରିଲ ୧୦ରୁ ୨୫ ମଧ୍ୟରେ ୧୦ ଆଇପିଏଲ୍‌ ମ୍ୟାଚ ଆୟୋଜନର ଯୋଜନା ରହିଛି। ତେବେ ପରିସ୍ଥିତି ଯଦି ଆହୁରି ବିଗିଡ଼ି ଯାଏ ତେବେ ସେଥିପାଇଁ ବିଳଳ୍ପ ଭେନ୍ୟୁ ଭାବେ ହାଇଦ୍ରାବାଦ ଓ ଇନ୍ଦୋରକୁ ବାୟୋବବଲ ବ୍ୟବସ୍ଥା ସହ ଆଗୁଆ ପ୍ରସ୍ତୁତ ରଖାଯାଇଛି। ଚଳିତବର୍ଷର ଆଇପିଏଲ୍‌ ଏପ୍ରିଲ ୯ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସର ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ, ଓ୍ବାଙ୍ଖଡେ ଷ୍ଟାଡିୟମର ୧୦ ଗ୍ରାଉଣ୍ଡ ଷ୍ଟାଫ୍‌ ସଦସ୍ୟ ଏବଂ ବିସିସିଆଇ ଦ୍ୱାରା ମୁତୟନ ହୋଇଥିବା ୬ ଇଭେଣ୍ଟ ମ୍ୟାନେଜର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆୟୋଜକଗଣଙ୍କୁ ଏହା ଚିନ୍ତାରେ ପକାଇ ଦେଇଛି। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଏକ ବିବୃତିରେ କୁହାଯାଇଛି ଯେ, ମାର୍ଚ୍ଚ ୨୮ରେ ମୁମ୍ବାଇରେ ଟମ୍‌ ହୋଟେଲରେ ପ୍ରବେଶ ପୂର୍ବରୁ ଅକ୍ଷର ପଟେଲଙ୍କର ହୋଇଥିବା କୋଭିଡ୍‌ ଟେଷ୍ଟରେ ଫଳାଫଳ ନେଗେଟିଭ ଆସିଥିଲା। ମାତ୍ର ତାଙ୍କର ଦ୍ୱିତୀୟ ଥର ହୋଇଥିବା ଟେଷ୍ଟରେ ଫଳାଫଳ ପଜିଟିଭ ଆସିଥିଲା। ସେ ବର୍ତ୍ତମାନ ଆଇସୋଲେଶନରେ ଅଛନ୍ତି। ଦିଲ୍ଲୀ କ୍ୟାପିଟାଲ ମେଡିକାଲ ଟିମ୍‌ ତାଙ୍କ ସହ ଯୋଗାଯୋଗରେ ରହିଛି। ମହାରାଷ୍ଟ୍ରରେ ଯେପରି ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ସ୍ଥାନୀୟ ସରକାରଙ୍କ ପାଇଁ ଏହା ଚିନ୍ତାର କାରଣ ହୋଇଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଆଗକୁ ମିନି ଲକ୍‌ଡାଉନ ହୋଇପାରେ ବୋଲି ଚେତାଇ ଦେଇଛନ୍ତି। ବିସିସିଆଇର ଜଣେ ବରିଷ୍ଠ କର୍ମକର୍ତ୍ତା କହିଛନ୍ତି, ଟିମ୍‌ଗୁଡ଼ିକ ଯେହେତୁ ବାୟୋବବଲରେ ଅଛନ୍ତି, ଯଦି ଲକ୍‌ଡାଉନ୍‌ ଲାଗୁ କରାଯାଏ ବିନା ଦର୍ଶକରେ ମ୍ୟାଚ ଆୟୋଜନ କରାଯାଇପାରିବ ବୋଲି ଆମର ଦୃଢ଼ବିଶ୍ୱାସ ରହିଛି। ଆଇପିଏଲ୍‌ର କାର୍ଯ୍ୟସୂଚୀ ଅନୁସାରେ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ ଏପ୍ରିିଲ ୧୦ରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri