ପୁରୀରେ ପହଞ୍ଚିଲା କୋଭିଡ୍‌ ଟିକା

ପୁରୀ ଅଫିସ,୧୩।୧: ପୁରୀରେ କୋଭିଡ-୧୯ ଭାକ୍ସିନ ପହଞ୍ଚିଛି। ପୁରୀ ସଦର ମହକୁମା ମୁଖ୍ୟ ଚିକିତ୍ସାଳୟ ଶୀତଳଭଣ୍ଡାରରେ ଭାକ୍ସିନ୍‌ ରହିଛି। ୭ଶହ ଫାଇଲରେ ୭ ହଜାର ଡୋଜ୍‌ ପୁରୀରେ ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟ ଟିକାକରଣ ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ। ୧୦,୭୭୯ କୋଭିଡ୍‌ ଯୋଦ୍ଧା ଏଥିପାଇଁ ପଞ୍ଜୀକରଣ କରିଛନ୍ତି। ପୁରୀ ସଦର ମୁଖ୍ୟ ଚିକିତ୍ସାଳୟର ୨ଟି ସେଣ୍ଟର, ବ୍ରହ୍ମଗିରି, ନିମାପଡ଼ାର ଚାରିଛକ, ସତ୍ୟବାଦୀ, କଣାସ, ଗୋପ ଓ ଚନ୍ଦନପୁରର ଗୋଟିଏ ଲେଖାଏ ସେଣ୍ଟରରେ ଟିକାକରଣ ହେବ। ପ୍ରଥମ ପର୍ଯ୍ୟାୟ ଟିକାକରଣ ପରେ ଜିଲାର ସମୁଦାୟ ୫୯ଟି କେନ୍ଦ୍ରରେ ଟିକା ଦିଆଯିବ। ତେବେ ବୁଧବାର ଜିଲାପାଳଙ୍କ ନେତୃତ୍ୱରେ ଏକ ଟ୍ୟାକ୍ସଫୋର୍ସ ବୈଠକ ଅନୁଷ୍ଠିତ ହେବ। କିଭଳି ଭାବେ ଟିକାକରଣ ପ୍ରକ୍ରିୟାକୁ ସରଳ ଓ ସମୟସାପେକ୍ଷ କରାଯାଇପାରିବ ସେନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହେବା ସହ ଆସନ୍ତା ସମୟର ଟିକାକରଣ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?