ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ

ଭୁବନେଶ୍ୱର,୯।୭(ବ୍ୟୁରୋ):ଗର୍ଭବତୀଙ୍କ ପାଇଁ କୋଭିଡ୍‌ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍‌ଲାଇନ ଅନୁସାରେ ଖୁବ୍‌ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା ନେବା ପାଇଁ ଯଦିଓ ଅନ୍ୟମାନଙ୍କ ଭଳି ଗର୍ଭବତୀଙ୍କ ନାମ ପଞ୍ଜୀକରଣ ସମାନ, ତଥାପି ସେମାନେ ସାଧାରଣ ଲୋକଙ୍କ ଭଳି ଲମ୍ବା ଧାଡ଼ିରେ ଠିଆ ହୋଇ ଟିକା ପାଇଁ ଅପେକ୍ଷା କରିବେ ନାହିଁ। ସେମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ପ୍ରକୋଷ୍ଠ କରାଯିବ। ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀ ସେମାନଙ୍କୁ ଚିହ୍ନଟ କରି ଆବଶ୍ୟକ ସୁବିଧା ଯୋଗାଇଦେବେ ବୋଲି ପାଣିଗ୍ରାହୀ କହିଛନ୍ତି।
ଗର୍ଭବତୀମାନେ ଟିକା ନେବା ପରେ ସେମାନଙ୍କଠାରେ ଟିକାର କି ପ୍ରଭାବ ଦେଖାଯାଉଛି, ତାକୁ ଅନୁଧ୍ୟାନ କରିବା ପାଇଁ ଅଧଘଣ୍ଟା ନିରୀକ୍ଷଣରେ ରଖାଯିବ। ଏଥିନିମନ୍ତେ ରାଜ୍ୟବ୍ୟାପୀ ଜିଲାସ୍ତରରେ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ ବୋଲି ନିର୍ଦ୍ଦେଶକ କହିଛନ୍ତି। ରାଜ୍ୟରେ ଚାଲିଥିବା ଟିକାକରଣ ସମ୍ପର୍କରେ ସୂଚନା ଦେଇ ପାଣିଗ୍ରାହୀ କହିଛନ୍ତି ଯେ ରାଜ୍ୟରେ ଏବେ ପର୍ଯ୍ୟାପ୍ତ ସଂଖ୍ୟାର କୋଭିଶିଲ୍ଡ ଟିକା ଉପଲବ୍ଧ ନାହିଁ। ଯେତିକି ରହିଛି ତାହା ଆସନ୍ତା ୨ଦିନ ମଧ୍ୟରେ ଶେଷ ହୋଇଯିବ। ବର୍ତ୍ତମାନ ରାଜ୍ୟରେ ୧,୯୦,୩୮୦ ଡୋଜ୍‌ କୋଭିଶିଲ୍ଡ ଟିକା ଏବଂ ୨,୯୮,୮୧୦ କୋଭାକ୍ସିନ ଟିକା ଉପଲବ୍ଧ ରହିଛି। ଭୁବନେଶ୍ୱର ଏବଂ ଗଞ୍ଜାମରେ ଲୋକମାନଙ୍କୁ ଏବେ କୋଭାକ୍ସିନ ଟିକା ଦିଆଯାଉଥିବାବେଳେ ରାଜ୍ୟର ଅନ୍ୟ ସବୁ ସ୍ଥାନରେ କୋଭିଶିଲ୍ଡ ଟିକା ଦିଆଯାଉଛି। ଆସନ୍ତା ୧୫ସୁଦ୍ଧା ରାଜ୍ୟକୁ ଆଉ ୩,୧୬,୪୭୦ ଡୋଜ୍‌ କୋଭିଶିଲ୍ଡ ଟିକା ମିଳିବାର ଅଛି। ତାହା ଆସିଗଲେ ପୁଣି ପୂର୍ଣ୍ଣ ପର୍ଯ୍ୟାୟରେ ଟିକାକରଣ କରାଯିବ ବୋଲି ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri