୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ

ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟସ୍ତରରେ କିପରି ପ୍ରସ୍ତୁତି ଚାଲିଛି ସେ ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ଟିକାକରଣ ଲାଗି ପର୍ଯ୍ୟାୟ କ୍ରମେ ଉପକରଣ ଆସୁଛି। ଏବେ ଯେତିକି ରହିଛି, ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ଅସୁବିଧା ନାହିଁ। ଯେଉଁଠି ଡ୍ରାଏ ରନ୍‌ କରାଯାଇଥିଲା ସେଠାରେ ପ୍ରସ୍ତୁତି ସରିଛି। ଆଉ କିଛି ସ୍ଥାନ ଚିହ୍ନଟ ଚାଲିଛି। ପ୍ରଥମେ ପ୍ରତି ସ୍ଥାନରେ ୧୦୦ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ତେବେ ରାଜ୍ୟରେ କେବେ ଟିକାକରଣ ଆରମ୍ଭ ହେବ, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। କିନ୍ତୁ ଖୁବ୍‌ ନିକଟରେ ଟିକାକରଣ ହେବ ବୋଲି ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ମୟୂରଭଞ୍ଜରେ ସର୍ବାଧିକ ୧୦ଟି ସେସନ୍‌ ସାଇଟ୍‌ ଚିହ୍ନଟ ହୋଇଥିବାବେଳେ କଟକ, ଗଞ୍ଜାମ ଓ ପୁରୀରେ ୮ ଲେଖାଏ, କଳାହାଣ୍ଡି ଓ ରାୟଗଡ଼ାରେ ୭ ଲେଖାଏ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୬ ଲେଖାଏ, ବାଲେଶ୍ୱର, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ ଓ ସମ୍ବଲପୁରରେ ୫ଟି ଲେଖାଏ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ନବରଙ୍ଗପୁର ଓ ନୟାଗଡ଼ରେ ୪ ଲେଖାଏ, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ମାଲକାନଗିରି ଓ ନୂଆପଡ଼ାରେ ୩ ଲେଖାଏ, ଅନୁଗୋଳ, ଦେବଗଡ଼ ଓ ସୋନପୁରରେ ୨ଟି ଲେଖାଏ ଟିକାକରଣ ସ୍ଥାନ ନିର୍ଦ୍ଧାରଣ କରାଯାଇଛି। ସେହିଭଳି ଭୁବନେଶ୍ୱର ମହାନଗର ନିଗମରେ ୫ଟି, ବ୍ରହ୍ମପୁର ଓ କଟକ ମହାନଗର ନିଗମରେ ୩ଟି ଲେଖାଏ ଏବଂ ରାଉରକେଲା ଓ ସମ୍ବଲପୁର ମହାନଗର ନିଗମରେ ୨ଟି ଲେଖାଏ ସ୍ଥାନ ଚିହ୍ନଟ ହୋଇଛି।

ସୂଚନାଯୋଗ୍ୟ, ଦେଶରେ ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୩ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ କର୍ମୀଙ୍କୁ ଦିଆଯିବ। ପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ। ଏପଟେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୮ ହଜାର ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ସମସ୍ତଙ୍କର ଡାଟାବେସ୍‌ ପ୍ରସ୍ତୁତ ହୋଇଯାଇଛି। ଏହାପରେ ପୋଲିସ, ପୌର କର୍ମଚାରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର କର୍ମକର୍ତ୍ତାଙ୍କୁ ଟିକାକରଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri