୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ

ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟସ୍ତରରେ କିପରି ପ୍ରସ୍ତୁତି ଚାଲିଛି ସେ ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ଟିକାକରଣ ଲାଗି ପର୍ଯ୍ୟାୟ କ୍ରମେ ଉପକରଣ ଆସୁଛି। ଏବେ ଯେତିକି ରହିଛି, ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ଅସୁବିଧା ନାହିଁ। ଯେଉଁଠି ଡ୍ରାଏ ରନ୍‌ କରାଯାଇଥିଲା ସେଠାରେ ପ୍ରସ୍ତୁତି ସରିଛି। ଆଉ କିଛି ସ୍ଥାନ ଚିହ୍ନଟ ଚାଲିଛି। ପ୍ରଥମେ ପ୍ରତି ସ୍ଥାନରେ ୧୦୦ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ତେବେ ରାଜ୍ୟରେ କେବେ ଟିକାକରଣ ଆରମ୍ଭ ହେବ, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। କିନ୍ତୁ ଖୁବ୍‌ ନିକଟରେ ଟିକାକରଣ ହେବ ବୋଲି ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ମୟୂରଭଞ୍ଜରେ ସର୍ବାଧିକ ୧୦ଟି ସେସନ୍‌ ସାଇଟ୍‌ ଚିହ୍ନଟ ହୋଇଥିବାବେଳେ କଟକ, ଗଞ୍ଜାମ ଓ ପୁରୀରେ ୮ ଲେଖାଏ, କଳାହାଣ୍ଡି ଓ ରାୟଗଡ଼ାରେ ୭ ଲେଖାଏ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୬ ଲେଖାଏ, ବାଲେଶ୍ୱର, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ ଓ ସମ୍ବଲପୁରରେ ୫ଟି ଲେଖାଏ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ନବରଙ୍ଗପୁର ଓ ନୟାଗଡ଼ରେ ୪ ଲେଖାଏ, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ମାଲକାନଗିରି ଓ ନୂଆପଡ଼ାରେ ୩ ଲେଖାଏ, ଅନୁଗୋଳ, ଦେବଗଡ଼ ଓ ସୋନପୁରରେ ୨ଟି ଲେଖାଏ ଟିକାକରଣ ସ୍ଥାନ ନିର୍ଦ୍ଧାରଣ କରାଯାଇଛି। ସେହିଭଳି ଭୁବନେଶ୍ୱର ମହାନଗର ନିଗମରେ ୫ଟି, ବ୍ରହ୍ମପୁର ଓ କଟକ ମହାନଗର ନିଗମରେ ୩ଟି ଲେଖାଏ ଏବଂ ରାଉରକେଲା ଓ ସମ୍ବଲପୁର ମହାନଗର ନିଗମରେ ୨ଟି ଲେଖାଏ ସ୍ଥାନ ଚିହ୍ନଟ ହୋଇଛି।

ସୂଚନାଯୋଗ୍ୟ, ଦେଶରେ ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୩ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ କର୍ମୀଙ୍କୁ ଦିଆଯିବ। ପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ। ଏପଟେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୮ ହଜାର ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ସମସ୍ତଙ୍କର ଡାଟାବେସ୍‌ ପ୍ରସ୍ତୁତ ହୋଇଯାଇଛି। ଏହାପରେ ପୋଲିସ, ପୌର କର୍ମଚାରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର କର୍ମକର୍ତ୍ତାଙ୍କୁ ଟିକାକରଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri