ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ସାଧାରଣ ସମ୍ପାଦକ ଜୀବନ ସାର୍ଥକ ଦାସ ଏ ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଏହାର ଏକକିତା ନକଲ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କୁ ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଥାନାରେ ମଧ୍ୟ ସମାନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗତ ୧୭ତାରିଖ ଶଟ୍‌ଡାଉନ୍‌ ସମୟରେ ବ୍ରଜରାଜନଗର ବିଜୁ ପଟ୍ଟନାୟକ ଛକରେ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ କରାଯାଇଥିଲା। ଏଥିରେ ବିଧାୟକ ମହାନ୍ତି ଓ ତାଙ୍କ ସମର୍ଥକ ଉପସ୍ଥିତ ରହି କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିଲେ। ସେହିପରି ଗତ ୨୧ତାରିଖରେ ମହାନଦୀ ଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବାହାଘର କୁଶମେଲ୍‌ ଗ୍ରାମରେ ହୋଇଥିଲା। ଏଥିରେ ବିଧାୟକ ମହାନ୍ତି ଓ ତାଙ୍କ ସ୍ତ୍ରୀ ଉପସ୍ଥିତ ରହି କନ୍ୟାଦାନ କରିଥିଲେ। ବିଧାୟକଙ୍କ ସହ ସମର୍ଥକମାନେ ଯୋଗଦେଇଥିବା ବେଳେ ପ୍ରସେଶନ କରିବା, ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା ନ କରିବା ଆଦି କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ହୋଇଥିଲା। ଏନେଇ ବ୍ରଜରାଜନଗର ବିଧାୟକ ମହାନ୍ତିଙ୍କ ମୋବାଇଲ ନମ୍ବରକୁ ଯୋଗାଯୋଗ କରିଥିଲେ ମଧ୍ୟ ଉତ୍ତର ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri