ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଝାରସୁଗୁଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ସାଧାରଣ ସମ୍ପାଦକ ଜୀବନ ସାର୍ଥକ ଦାସ ଏ ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଏହାର ଏକକିତା ନକଲ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କୁ ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଥାନାରେ ମଧ୍ୟ ସମାନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗତ ୧୭ତାରିଖ ଶଟ୍‌ଡାଉନ୍‌ ସମୟରେ ବ୍ରଜରାଜନଗର ବିଜୁ ପଟ୍ଟନାୟକ ଛକରେ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ କରାଯାଇଥିଲା। ଏଥିରେ ବିଧାୟକ ମହାନ୍ତି ଓ ତାଙ୍କ ସମର୍ଥକ ଉପସ୍ଥିତ ରହି କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିଲେ। ସେହିପରି ଗତ ୨୧ତାରିଖରେ ମହାନଦୀ ଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବାହାଘର କୁଶମେଲ୍‌ ଗ୍ରାମରେ ହୋଇଥିଲା। ଏଥିରେ ବିଧାୟକ ମହାନ୍ତି ଓ ତାଙ୍କ ସ୍ତ୍ରୀ ଉପସ୍ଥିତ ରହି କନ୍ୟାଦାନ କରିଥିଲେ। ବିଧାୟକଙ୍କ ସହ ସମର୍ଥକମାନେ ଯୋଗଦେଇଥିବା ବେଳେ ପ୍ରସେଶନ କରିବା, ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା ନ କରିବା ଆଦି କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ହୋଇଥିଲା। ଏନେଇ ବ୍ରଜରାଜନଗର ବିଧାୟକ ମହାନ୍ତିଙ୍କ ମୋବାଇଲ ନମ୍ବରକୁ ଯୋଗାଯୋଗ କରିଥିଲେ ମଧ୍ୟ ଉତ୍ତର ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri