କୋଭିଡ ଯୋଦ୍ଧା ହାବିଲଦାରଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା ପାଟଣାଗଡ ଥାନାର ଟାଉନ୍‌ ହାବିଲଦାର କୋଭିଡ ଯୋଦ୍ଧା ମନୋରଞ୍ଜନ ବାରିକ (୪୪)ଙ୍କ ଭୁବନେଶ୍ୱର କିମସ୍‌ ହସ୍ପିିଟାଲରେ ବୁଧବାର ପୂର୍ବାହ୍ନରେ ପରଲୋକ ଘଟିଛି। କିଛିଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ବଲାଙ୍ଗୀର କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥାରେ ସୁଧାର ନହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା ା ତାଙ୍କର ଫୁସଫୁସ୍‌ ଆକ୍ରାନ୍ତ ହୋଇଯାଇଥିଲା ା ସେଠାରେ ୨୨ ଦିନ ଧରି ଚିକିତ୍ସା କରାଯିବା ପରେ ମଧ୍ୟ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇ ନ ଥିଲା। ବଲାଙ୍ଗୀର ଆଗଲପୁର ବ୍ଳକ୍‌ ଲୁହୁରାମୁଣ୍ଡା ଗ୍ରାମର ସ୍ବର୍ଗତ ବାରିକ ଜଣେ ଦକ୍ଷ ପୋଲିସ କର୍ମଚାରୀ ଭାବେ ପରିଚିତ ଥିଲେ ା ତାଙ୍କର ଦୁଇ ଛୋଟ ଝିଅ ଓ ସ୍ତ୍ରୀ ଅଛନ୍ତି ା ଗୁରୁବାର ମରଶରୀର ବଲାଙ୍ଗୀର ଅଣାଯିବ ବୋଲି ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri