କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ: ଭଦ୍ରକରୁ ନବୀନ ନିବାସ…

ଭଦ୍ରକ ଅଫିସ,୨୬।୨: ଚାକିରିରେ ପୁନଃ ନିଯୁକ୍ତି ଦାବି କରି କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ପ୍ରଥମେ ଦୋକାନ ଦୋକାନ ବୁଲି ଭିକ ମାଗିବା ପରେ ଏବେ ନିଜର ଅଭିଯୋଗ ଜଣାଇବା ପାଇଁ ଆରମ୍ଭ କରିଛନ୍ତି ପଦଯାତ୍ରା। ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଭଦ୍ରକରୁ ନବୀନ ନିବାସ ୧୩୦ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ପଦଯାତ୍ରା କରୁଛନ୍ତି କୋଭିଡ଼ ଯୋଦ୍ଧା ଅଶ୍ୱିନୀ ପାଢ଼ୀ। ଶୁକ୍ରବାର ସକାଳୁ ଚରମ୍ପାସ୍ଥିତ ହନୁମାନ ମନ୍ଦିରରେ ପୂଜା ସାରି ପିପିଇକିଟ୍‌ ପିନ୍ଧି ଡାହାଣୀ ଗଡିଆ ଛକରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଭଦ୍ରକରୁ ନବୀନ ନିବାସ ପର୍ଯ୍ୟନ୍ତ ପଦଯାତ୍ରା ଆରମ୍ଭ କରିଛନ୍ତି।
ସୂଚନାନୁଯାୟୀ, କୋଭିଡ ଯୋଦ୍ଧାମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ପାରାମେଡିକାଲ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ। ସରକାରଙ୍କ କାମ ସରିବା ପରେ ସେମାନଙ୍କ କାର୍ଯ୍ୟ ମଧ୍ୟ ସରିଯାଇଥିଲା ତାଙ୍କୁ ଚାକିରିରୁ ବାଦ ଦିଆଯାଇଥିଲା। ଯାହାକି ସେମାନଙ୍କର ରୋଜଗାରର ବାଟ ବନ୍ଦ ହୋଇଯିବା ଯୋଗୁ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି। ଦୀର୍ଘ ୫୫ ଦିନ ଧରି ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଧାରଣା ଦେଇଥିବା ବେଳେ, ଏବେ ସରକାରଙ୍କୁ ନିଜର ଗୁହାରି ଜଣାଇବା ପାଇଁ ଅଭିନବ ପ୍ରତିବାଦ କରୁଛନ୍ତି। ସରକାର ଯେଉଁ ପର୍ଯ୍ୟନ୍ତ ସେମାନଙ୍କ ଅଭିଯୋଗ ଶୁଣି ନାହାନ୍ତି, ସେ ପର୍ଯ୍ୟନ୍ତ ଏପରି ପ୍ରତିବାଦ ଜାରି ରହିବ ବୋଲି ପଦଯାତ୍ରା ଆରମ୍ଭ କରିଥିବା କୋଭିଡ ଯୋଦ୍ଧା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri