କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ: ଭଦ୍ରକରୁ ନବୀନ ନିବାସ…

ଭଦ୍ରକ ଅଫିସ,୨୬।୨: ଚାକିରିରେ ପୁନଃ ନିଯୁକ୍ତି ଦାବି କରି କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ପ୍ରଥମେ ଦୋକାନ ଦୋକାନ ବୁଲି ଭିକ ମାଗିବା ପରେ ଏବେ ନିଜର ଅଭିଯୋଗ ଜଣାଇବା ପାଇଁ ଆରମ୍ଭ କରିଛନ୍ତି ପଦଯାତ୍ରା। ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଭଦ୍ରକରୁ ନବୀନ ନିବାସ ୧୩୦ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ପଦଯାତ୍ରା କରୁଛନ୍ତି କୋଭିଡ଼ ଯୋଦ୍ଧା ଅଶ୍ୱିନୀ ପାଢ଼ୀ। ଶୁକ୍ରବାର ସକାଳୁ ଚରମ୍ପାସ୍ଥିତ ହନୁମାନ ମନ୍ଦିରରେ ପୂଜା ସାରି ପିପିଇକିଟ୍‌ ପିନ୍ଧି ଡାହାଣୀ ଗଡିଆ ଛକରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଭଦ୍ରକରୁ ନବୀନ ନିବାସ ପର୍ଯ୍ୟନ୍ତ ପଦଯାତ୍ରା ଆରମ୍ଭ କରିଛନ୍ତି।
ସୂଚନାନୁଯାୟୀ, କୋଭିଡ ଯୋଦ୍ଧାମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ପାରାମେଡିକାଲ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ। ସରକାରଙ୍କ କାମ ସରିବା ପରେ ସେମାନଙ୍କ କାର୍ଯ୍ୟ ମଧ୍ୟ ସରିଯାଇଥିଲା ତାଙ୍କୁ ଚାକିରିରୁ ବାଦ ଦିଆଯାଇଥିଲା। ଯାହାକି ସେମାନଙ୍କର ରୋଜଗାରର ବାଟ ବନ୍ଦ ହୋଇଯିବା ଯୋଗୁ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି। ଦୀର୍ଘ ୫୫ ଦିନ ଧରି ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଧାରଣା ଦେଇଥିବା ବେଳେ, ଏବେ ସରକାରଙ୍କୁ ନିଜର ଗୁହାରି ଜଣାଇବା ପାଇଁ ଅଭିନବ ପ୍ରତିବାଦ କରୁଛନ୍ତି। ସରକାର ଯେଉଁ ପର୍ଯ୍ୟନ୍ତ ସେମାନଙ୍କ ଅଭିଯୋଗ ଶୁଣି ନାହାନ୍ତି, ସେ ପର୍ଯ୍ୟନ୍ତ ଏପରି ପ୍ରତିବାଦ ଜାରି ରହିବ ବୋଲି ପଦଯାତ୍ରା ଆରମ୍ଭ କରିଥିବା କୋଭିଡ ଯୋଦ୍ଧା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri