ଦେଶରେ ଡେଲ୍ଟାର ସ୍ଥାନ ନେବାକୁ ଯାଉଛି ଓମିକ୍ରନ୍‌

ନୂଆଦିଲ୍ଲୀ,୩୧ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ ସଂକ୍ରମଣ । ଶୁକ୍ରବାର କେରଳରେ ଏକାଥରେ ୪୪ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏବେ କୁଆଡେ ବିଶେଷଜ୍ଞମାନେ କହିଲେଣି ପୂର୍ବର ଡେଲ୍ଟା ଭାରିଏଣ୍ଟର ସ୍ଥାନ ନେବାକୁ ଯାଉଛି ଓମିକ୍ରନ୍ । କାରଣ ଓମିକ୍ରନ୍‌ର ସଂକ୍ରମଣ ଏତେ ଦ୍ରୁତ ଗତିରେ ହେଉଛି ଯେ ଏହା ଅନେକ ରାଜ୍ୟକୁ ବ୍ୟାପିଯିବା ସହ ବଡ ବଡ ଦେଶରେ ଏହା ତାଣ୍ଡବ ଆରମ୍ଭ କଲାଣି । ଏବେ ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୦ ଅତିକ୍ରମ କରିଥିବା କୁହାଯାଉଛି । ଆଗକୁ ଏହା ଆହୁରି ଅଧିକ ବେଗରେ ବଢିବ ବୋଲି ଅନୁମାନ କରାଯାଉଛି । କାରଣ ଖୁବ୍ କମ୍ ସମୟ ମଧ୍ୟରେ ଏହା ଅଧିକାଂଶ ରାଜ୍ୟକୁ ବ୍ୟାପି ସାରିଲାଣି । ସେପଟେ ଓମିକ୍ରନରେ ଦେଶରେ ୨ ଜଣଙ୍କ ମୃତ୍ୟୁ ଆହୁରି ଲୋକଙ୍କ ଚିନ୍ତାକୁ ବଢାଇ ଦେଇଛି । ମୃତକଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ହୋଇଥିବା ବେଳେ ଅନ୍ୟଜଣେ ଉଦୟପୁରର । ସେପଟେ କରୋନା ବେଳକୁ ବେଳ ପୁଣି ବଢୁଥିବା ବେଳେ ଆଗକୁ ବି ସ୍ଥିତି ଅଣାୟତ ହେବ ବୋଲି କୁହାଯାଉଛି । ବିଶେଷଜ୍ଞଙ୍କ ମତ ଯେତେ ସମ୍ଭବ କରୋନା ଭାଇରସର ଓମିକ୍ରନ ସଂକ୍ରମଣଠାରୁ ଦୂରେଇ ରହିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri