୧୬୧ କୋଟି ଲୋକଙ୍କୁ ଦିଆ ଗଲାଣି କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୨ ।୧: ଦେଶରେ ଏପର୍ଯ୍ୟନ୍ତ ୧୬୧.୦୫ କୋଟି ଲୋକଙ୍କୁ କରୋନା ଭ୍ୟାକ୍ସିନ ଦିଆ ସରିଥିବା ସୂଚନା ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଶୁକ୍ରବାର ଏହି ସୂଚନା ଦେଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଶୁକ୍ରବାର ସନ୍ଧ୍ୟା ୭ଟା ସୁଦ୍ଧା ୫୮,୩୭,୨୦୯ ଭ୍ୟାକ୍ସିନ ଦିଆଯାଇଛି । ସେହିପରି ଏବେ ପର୍ଯ୍ୟନ୍ତ ୭୪,୨୭,୭୦୦ ବୁଷ୍ଟର ଡୋଜ ଦିଆ ସରିଲାଣି । ସୂଚନାଯୋଗ୍ୟ, ଗତବର୍ଷ ୧୬ ଜାନୁୟାରୀରୁ ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଆରମ୍ଭ କରାଯାଇଥିଲା କରୋନା ଟିକାକରଣ କାର୍ଯ୍ୟକ୍ରମ । ସେହିପରି ଚଳିତ ବର୍ଷ ୩ ଜାନୁୟାରୀରୁ ୧୫-୧୮ ବର୍ଷ ବୟସର କିଶୋରଙ୍କୁ କରୋନା ଟିକା ଦେବା ଆରମ୍ଭ କରାଯାଇଛି । ଏହାସହ ମନ୍ତ୍ରଣାଳୟ କହିଛି କରୋନା ସଂକ୍ରମିତଙ୍କ ଟିକାକରଣ ୩ ମାସ ପରେ କରାଯିବ । ଏଥିରେ ବୁଷ୍ଟର ଡୋଜକୁ ବି ସାମିଲ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?