୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ୬୦ ହଜାର ଏସ୍‌ସିଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବୃତ୍ତି ଦିଆଯାଇଛି।
ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ବିପତ୍ତି ବେଳେ ସରକାର ସମସ୍ତଙ୍କ ସାଥୀରେ ଅଛନ୍ତି। ରାଜ୍ୟର ପିଭିଟିଜି ଜନଜାତି ଗ୍ରାମର ସବୁ ପରିବାର ଏହି ସହାୟତା ପାଇବେ। ଏଥିପୂର୍ବରୁ କରୋନା ପୀଡ଼ିତ ପିଭିଟିଜି ଜନଜାତିର ୩୦୦ରୁ ଅଧିକ ଲୋକଙ୍କୁ ୨୫୦୦ ଟଙ୍କାର ରାଶନ କିଟ୍‌ ଏବଂ ୧୪୦୦ ଟଙ୍କା ଲେଖାଏ ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କରୋନା ଗାଇଡ୍‌ଲାଇନ ମାନି ଚଳିବା, ଦୁଇ ଡୋଜ୍‌ ଟିକା ନେବା ଏବଂ ଟିକାକରଣ ଲାଗି ଉତ୍ସାହ ବଢ଼ାଇବାକୁ ନିବେଦନ କରିଛନ୍ତି। ସେହିପରି ୬୦,୦୦୦ ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଏପ୍ରିଲ, ମେ ଓ ଜୁନ୍‌ ମାସ ପାଇଁ ଏକକାଳୀନ ପ୍ରାକ୍‌ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି। ଏହା ପିଲାଙ୍କ ଅଭିଭାବକଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି। ଝିଅମାନଙ୍କୁ ୨୪୦୦ ଟଙ୍କା ଓ ପୁଅମାନଙ୍କୁ ୨୨୫୦ ଟଙ୍କା ଦିଆଯାଇଛି। ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ସୁବିଧା ପାଇବେ। କରୋନା ପାଇଁ ବର୍ଷେ ହେଲା ଛାତ୍ରାବାସ ଛାଡ଼ି ଘରେ ଥିବା ଛାତ୍ରୀଛାତ୍ରମାନେ ଶିକ୍ଷାରେ ମନଯୋଗ କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ ୧,୬୭୯ ପିଭିଟିଜି ଗଁା ରହିଛି। ଏହି ଜନଜାତିର ୩୧୪ଜଣ କରୋନା ସଂକ୍ରମିତ ହୋଇଥିଲେ ମଧ୍ୟ ମୃତ୍ୟୁସଂଖ୍ୟା ଶୂନ ରହିଛି। ପିଭିଟିଜି ଗ୍ରାମରେ କରୋନା ପରିଚାଳନା ସହ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୮ ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି। ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ କୋଭିଡ୍‌ ପରିଚାଳନା ନୀତିକୁ ପ୍ରଶଂସା କରିଥିଲେ। ଚିତ୍ରକୋଣ୍ଡା ଏବଂ କରଞ୍ଜିଆର ବିଧାୟକ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।
ରାୟଗଡ଼ାର ଲହରୀ ଗୁଣ୍ଡିଆ, କଳାହାଣ୍ଡିର ରତନି ମାଝିଙ୍କ ଅନ୍ୟ କେତେଜଣ ହିତାଧିକାରୀ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ୟୋତି ସିଂ, ବିଦୁସ୍ମିତା ମୁଣ୍ଡା ଏବଂ ମୟୂରଭଞ୍ଜର ସୋନାଲି ସୋରେନ, ପାର୍ବତୀ ସୋରେନ୍‌ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି. କେ. ଜେନାଙ୍କ ସମେତ ବିଭାଗୀୟ ନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri