୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ସେହିପରି ୬୦ ହଜାର ଏସ୍‌ସିଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବୃତ୍ତି ଦିଆଯାଇଛି।
ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ବିପତ୍ତି ବେଳେ ସରକାର ସମସ୍ତଙ୍କ ସାଥୀରେ ଅଛନ୍ତି। ରାଜ୍ୟର ପିଭିଟିଜି ଜନଜାତି ଗ୍ରାମର ସବୁ ପରିବାର ଏହି ସହାୟତା ପାଇବେ। ଏଥିପୂର୍ବରୁ କରୋନା ପୀଡ଼ିତ ପିଭିଟିଜି ଜନଜାତିର ୩୦୦ରୁ ଅଧିକ ଲୋକଙ୍କୁ ୨୫୦୦ ଟଙ୍କାର ରାଶନ କିଟ୍‌ ଏବଂ ୧୪୦୦ ଟଙ୍କା ଲେଖାଏ ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କରୋନା ଗାଇଡ୍‌ଲାଇନ ମାନି ଚଳିବା, ଦୁଇ ଡୋଜ୍‌ ଟିକା ନେବା ଏବଂ ଟିକାକରଣ ଲାଗି ଉତ୍ସାହ ବଢ଼ାଇବାକୁ ନିବେଦନ କରିଛନ୍ତି। ସେହିପରି ୬୦,୦୦୦ ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଏପ୍ରିଲ, ମେ ଓ ଜୁନ୍‌ ମାସ ପାଇଁ ଏକକାଳୀନ ପ୍ରାକ୍‌ ମାଟ୍ରିକ ଛାତ୍ରବୃତ୍ତି ଦିଆଯାଇଛି। ଏହା ପିଲାଙ୍କ ଅଭିଭାବକଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଛି। ଝିଅମାନଙ୍କୁ ୨୪୦୦ ଟଙ୍କା ଓ ପୁଅମାନଙ୍କୁ ୨୨୫୦ ଟଙ୍କା ଦିଆଯାଇଛି। ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ସୁବିଧା ପାଇବେ। କରୋନା ପାଇଁ ବର୍ଷେ ହେଲା ଛାତ୍ରାବାସ ଛାଡ଼ି ଘରେ ଥିବା ଛାତ୍ରୀଛାତ୍ରମାନେ ଶିକ୍ଷାରେ ମନଯୋଗ କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ ୧,୬୭୯ ପିଭିଟିଜି ଗଁା ରହିଛି। ଏହି ଜନଜାତିର ୩୧୪ଜଣ କରୋନା ସଂକ୍ରମିତ ହୋଇଥିଲେ ମଧ୍ୟ ମୃତ୍ୟୁସଂଖ୍ୟା ଶୂନ ରହିଛି। ପିଭିଟିଜି ଗ୍ରାମରେ କରୋନା ପରିଚାଳନା ସହ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୮ ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି। ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ କୋଭିଡ୍‌ ପରିଚାଳନା ନୀତିକୁ ପ୍ରଶଂସା କରିଥିଲେ। ଚିତ୍ରକୋଣ୍ଡା ଏବଂ କରଞ୍ଜିଆର ବିଧାୟକ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।
ରାୟଗଡ଼ାର ଲହରୀ ଗୁଣ୍ଡିଆ, କଳାହାଣ୍ଡିର ରତନି ମାଝିଙ୍କ ଅନ୍ୟ କେତେଜଣ ହିତାଧିକାରୀ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ୟୋତି ସିଂ, ବିଦୁସ୍ମିତା ମୁଣ୍ଡା ଏବଂ ମୟୂରଭଞ୍ଜର ସୋନାଲି ସୋରେନ, ପାର୍ବତୀ ସୋରେନ୍‌ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି. କେ. ଜେନାଙ୍କ ସମେତ ବିଭାଗୀୟ ନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri