ଚମ୍ପୁଆରେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଚମ୍ପୁଆ, ୨୩।୪ (ଡି.ଏନ.ଏ.)-ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚମ୍ପୁଆରେ ବଢିବାରେ ଲାଗିଛି। ଏହାକୁ ଆଖି ଆଗରେ ରଖି ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ ଚମ୍ପୁଆରେ ୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି ଉପଖଣ୍ଡ ଚିକିତ୍ସା ଅଧିକାରୀ ଉମାକାନ୍ତ ସାହୁ ସୂଚନା ଦେଇଛନ୍ତି। ଏନେଇ ଚମ୍ପୁଆ ଏନଏସି ଅଧିକାରୀ ଗୌରହରି ମହାନ୍ତ ଓ ଚିକିତ୍ସା ଅଧିକାରୀ ଉମାକାନ୍ତ ସାହୁ ଖୋଲିବାକୁ ଥିବା କୋଭିଡ ହସ୍ପିଟାଲର ଆନୁଷଙ୍ଗିକ ବ୍ୟବସ୍ଥା ତଦାରଖ କରିଛନ୍ତି। ସୂଚନା ଅନୁସାରେ ଚମ୍ପୁଆ ପ୍ରଶାସନ ପକ୍ଷରୁ କୋଭିଡ ମୁକାବିଲା ପାଇଁ ବହୁବିଧି ପଦକ୍ଷେପ ଗ୍ରହଣ କରାଯାଇ ସୀମାନ୍ତ ଚେକପୋଷ୍ଟ ଠାରୁ ଆରମ୍ଭ କରି ନିୟମିତ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯିବା ସହିତ ମାସ୍କ ଓ ସାମାଜିକ ଦୂରତାକୁ କଡାକଡି କରାଯାଇଛି। ଉପଖଣ୍ଡ ଚିକିତ୍ସାଳୟରେ ନିୟମିତ କୋଭିଡ ପରିକ୍ଷା କରାଯାଇ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ଚିକିତ୍ସା ସେବା ପ୍ରଦାନ କରାଯାଇଥିବା ଯଣାଯାଇଛି। ମାତ୍ର ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ ହସ୍ପିଟାଲ ଆସନ୍ତା ୨୪ ତାରିଖରେ ଖୋଲା ହେବ ବୋଲି ଅଧିକାରୀ ସୂଚନା ଦେଇଛନ୍ତି। ଏଥିପାଇଁ ୩ ଜଣ ଡାକ୍ତରଙ୍କ ସମେତ ଆବଶ୍ୟକ ଫାର୍ମାଶିଷ୍ଟ ଓ ନର୍ସ ନିୟୋଜିତ କରାଯିବ। ଫଳରେ ସଂକ୍ରମିତ ରୋଗୀ ସହଜରେ ସେବା ପାଇପାରିବେ ବୋଲି ଚିକିତ୍ସା ଅଧିକାରୀ ସାହୁ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷରେ ସରକାରଙ୍କ ଗାଇଡ ଲାଇନକୁ ସମସ୍ତ ଜନସାଧାରଣ ମାନିବାକୁ ଏନଏସି ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri