ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ କୋଭିଡ୍‌ ହସ୍ପିଟାଲ

ଅନୁଗୋଳ ଅଫିସ,୧୧।୧ ଅନୁଗୋଳ ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ୁଛି। ତେଣୁ ଜିଲାରେ ଥିବା କୋଭିଡ୍‌ ହସ୍ପିଟାଲଗୁଡ଼ିକ ସୁରୁଖୁରୁରେ ଚାଲିବା ନିମନ୍ତେ ସୋମବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତାଳଚେର କୋଭିଡ୍‌ ହସ୍ପିଟାଲରେ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରି ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ନିମନ୍ତେ ଜିଲାପାଳ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଏହି ହସ୍ପିଟାଲରେ ମୋଟ୍‌ ୧୨୦ ବେଡ୍‌ ରଖାଯିବ। ସେଥିରୁ ୯୦ଟି ସାଧାରଣ ଓ ୩୦ଟି ଆଇସିୟୁ ବେଡ୍‌ ରହିବ। ପ୍ରତି ଜେନେରାଲ ବେଡ୍‌ ନିକଟରେ ଅକ୍ସିଜେନ ସିଲିଣ୍ଡର ଉପଲବ୍ଧ ହେବ। ଆଇସିୟୁରେ ୮ଟି ଭେଣ୍ଟିଲେଟର ରହିବ। ୨ଜଣ ଡାକ୍ତର, ୪୦ ଷ୍ଟାଫ୍‌ ନର୍ସ ଓ ଅନ୍ୟ କର୍ମଚାରୀ ନିୟୋଜିତ ରହିବେ। ତଳ ମହଲାରେ ପ୍ରଶାସନ ତରଫରୁ ଏକ ହେଲ୍ପ ଡେସ୍କ ଖୋଲାଯାଇ ରୋଗୀଙ୍କ ସମ୍ପର୍କୀୟମାନଙ୍କୁ ଆବଶ୍ୟକ ସୂଚନା ପ୍ରଦାନ କରାଯିବା ସହ ସିସିଟିଭି ମାଧ୍ୟମରେ ରୋଗୀଙ୍କ ସ୍ଥିତି ସମ୍ପର୍କରେ ଜଣାଇ ଦିଆଯିବ। ସେହିପରି ବଅଁରପାଳ କୋଭିଡ୍‌ କେୟାର ସେଣ୍ଟରରେ ୧୨୦ଟି ବେଡ୍‌, ଛେଣ୍ଡିପଦା କୋଭିଡ କେୟାର ସେଣ୍ଟରରେ ୨୭୦ଟି ବେଡ୍‌, ସରକାରୀ ପଲିଟେକ୍‌ନିକ୍‌ ଅନୁଗୋଳ ଠାରେ ୧୦୦ଟି ବେଡ୍‌ ପ୍ରସ୍ତୁତ କରି ରଖାଯିବ। ରୋଗୀ ନେବା ଆଣିବା ନିମନ୍ତେ ଆବଶ୍ୟକ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯିବ। ତାଳଚେରଠାରେ ମଧ୍ୟ ଖୁବ୍‌ଶୀଘ୍ର କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ଏମ୍‌ସିଏଲ୍‌ର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri