Posted inଖେଳ

କୋଭିଡ୍‌ ଟାସ୍କଫୋର୍ସର ମୁଖ୍ୟ: ହୋଇପାରନ୍ତି ଡ୍ରାଭିଡ୍‌

ନୂଆଦିଲ୍ଲୀ, ୪ା୮ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ କୋଭିଡ୍‌-୧୯ ଟାସ୍କଫୋର୍ସ ଗଠନ କରିବ। ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ) ମୁଖ୍ୟ ହୋଇଥିବାରୁ ତାଙ୍କୁ ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ କରାଯିବା ସମ୍ଭାବନା ରହିଛି। ବିସିସିଆଇ ସୋମବାର ରାଜ୍ୟ ଆସୋସିଏଶନଗୁଡ଼ିକ ଲାଗି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଅର୍‌) ଘୋଷଣା କରିଛି। ବେଙ୍ଗାଲୁରୁସ୍ଥିତ ଏନସିଏରେ ଟ୍ରେନିଂ କାର୍ଯ୍ୟ ପୁନଃ ଆରମ୍ଭ କରାଯିବାକୁ ଥିବାରୁ କୋଭିଡ୍‌ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ଡ୍ରାଭିଡଙ୍କ ବ୍ୟତୀତ ଜଣେ ମେଡିକାଲ ଅଫିସର, ଜଣେ ହାଇଜିନ୍‌ ଅଫିସର ଏବଂ ବିସିସିଆଇ ଏଜିଏମ୍‌ (କ୍ରିକେଟ ଅପରେଶନ)ଙ୍କୁ ସାମିଲ କରାଯିବ। ଟାସ୍କ ଫୋର୍ସ ନିୟମିତ ଭାବେ ଖେଳାଳିମାନଙ୍କ ଯୋଗାଯୋଗରେ ରହିବ। କୋଭିଡ୍‌-୧୯ ସମ୍ପର୍କିତ ସୂଚନା ଓ ପରାମର୍ଶ ଦେବ। ଏହାଛଡ଼ା ଆବଶ୍ୟକ ପଦକ୍ଷେପ ନେବ। ଏସ୍‌ଓପି ଅନୁସାରେ ଟ୍ରେନିଂ ଆରମ୍ଭ ପୂର୍ବରୁ ଏନସିଏର ପ୍ରଶାସନିକ ଷ୍ଟାଫ୍‌ ସହିତ ସମସ୍ତ ଖେଳାଳିଙ୍କର କରୋନା ଭାଇରସ ଟେଷ୍ଟ ହେବ। କୋଭିଡ୍‌-୧୯କୁ ନେଇ ଏସଓପିରେ ଦର୍ଶାଯାଇଥିବା ସମସ୍ତ ପ୍ରୋଟୋକଲ ଏବଂ ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀ ମାନି ଚଳିବା କ୍ଷେତ୍ରରେ ଏକ ଅଣ୍ଡରଟେକିଂ ସମସ୍ତ ଖେଳାଳିଙ୍କୁ ଲିଖିତ ଭାବେ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri