Posted inଖେଳ

ପୁନିଆଙ୍କ ସମେତ ୩ ରେସ୍‌ଲରଙ୍କୁ କୋଭିଡ୍‌

ନୂଆଦିଲ୍ଲୀ, ୪ା୯ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆଙ୍କ ସମେତ ୩ ଜଣ ସିନିୟର ପୁରୁଷ ରେସ୍‌ଲରଙ୍କ ଫଳାଫଳ ପଜିଟିଭ୍‌ ଆସିଥିବା ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଗୁରୁବାର କହିଛି। ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ପୁନିଆ (୮୬କେଜି)ଙ୍କ ବ୍ୟତୀତ ଅନ୍ୟ ଯେଉଁ ଦୁଇ ଜଣଙ୍କର ପଜିଟିଭ୍‌ ଆସିଛି ସେମାନେ ହେଲେ ନବୀନ ଏବଂ କ୍ରିଷନ (୧୨୫କେଜି)। ସୋନେପତ୍‌ସ୍ଥିତ ସାଇ ସେଣ୍ଟରରେ ଆୟୋଜିତ ଜାତୀୟ କ୍ୟାମ୍ପ ଆରମ୍ଭ ପୂର୍ବରୁ ରେସଲରମାନେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ରେସ୍‌ଲରମାନଙ୍କୁ ସାଇର ତାଲିକାଭୁକ୍ତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରୋଟୋକଲ ଅନୁସାରେ କ୍ୟାମ୍ପରେ ରିପୋର୍ଟ କରିବାପରେ କୋଭିଡ୍‌-୧୯ ଚିହ୍ନଟ ପାଇଁ କୋଚ୍‌ ଓ ସପୋର୍ଟ ଷ୍ଟାଫ୍‌ଙ୍କ ସହିତ ସମସ୍ତ ରେସ୍‌ଲରଙ୍କର ଆରଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଆସିଷ୍ଟାଣ୍ଟ ସେକ୍ରେଟାରୀ ବିନୋଦ ତୋମାର କହିଛନ୍ତି ୩ଜଣ କରୋନା ପିଜିଟିଭ ବାହାରିଥିଲେ ମଧ୍ୟ କ୍ୟାମ୍ପ୍‌ ଅନୁଷ୍ଠିତ ହେବ। ଦୁଇ ଦିନ ପରେ ଏହି ରେସଲରମାନଙ୍କର ପୁଣି ଟେଷ୍ଟ ହେବ। ରେସଲରମାନେ ୧୪ ଦିନ କ୍ୱାରାଣ୍ଟାଇନ୍‌ ପିରିୟଡ ଶେଷ କରିବା ପରେ ଟ୍ରେନିଂ ଆରମ୍ଭ ହେବ ବୋଲି ତୋମାର କହିଛନ୍ତି। କ୍ୟାମ୍ପରେ ଯୋଗ ଦେବା ଲାଗି ରେସ୍‌ଲରମାନେ ସେପ୍ଟେମ୍ବର ୧ରେ ଏକତ୍ରିତ ହୋଇଛନ୍ତି। ପୂର୍ବରୁ ଏସୀୟ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ତଥା ଏକମାତ୍ର ମହିଳା ରେସ୍‌ଲର ଭାବେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭିନେଶ ଫୋଗତ୍‌ଙ୍କର କରୋନା ପଜିଟିଭ୍‌ ହୋଇଥିଲା। ଫଳରେ ସେ ଗତ ସପ୍ତାହରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା ଉତ୍ସବରେ ଖେଳରତ୍ନ ପୁରସ୍କାର ଗ୍ରହଣ କରିବା ଲାଗି ଉପସ୍ଥିତ ହୋଇପାରି ନ ଥିଲେ। ଭିନେଶ ୫୩ କେଜି କାଟେଗୋରିରେ ଭାଗ ନେଇଥାନ୍ତି। ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ସେ ପୂର୍ବ ଭଳି ଆଇସୋଲେଶନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri