ପରେଡ୍‌ରେ ସ୍ଥାନ ପାଇବ କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୨୩।୧(ଆଇଏଏନ୍‌ଏସ୍‌): ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ କୋଭିଡ୍‌ ଟିକାର ବିକାଶ ପ୍ରକ୍ରିୟା ପ୍ରଦର୍ଶନ ହେବ। କରୋନା ମହାମାରୀରେ ଦେଶରେ ୧,୦୬,୨୫,୪୨୮ ଲୋକ ସଂକ୍ରମିତ ହୋଇଥିବାବେଳେ ୧,୫୩,୦୩୨ ଜଣଙ୍କ ଜୀବନ ଯାଇଛି। ଏହି ମହାମାରୀରୁ ବର୍ତ୍ତିବା ଲାଗି ଦୀର୍ଘଦିନରୁ ଟିକାକୁ ଅପେକ୍ଷା ଥିଲା। ଭାରତରେ କୋଭାକ୍ସିନ୍‌ ଓ କୋଭିଶିଲ୍ଡ ଟିକାକୁ ବ୍ୟବହାରିକ ମଞ୍ଜୁରୀ ମିଳିବା ପରେ ଜାନୁୟାରୀ ୧୬ରୁ ଦେଶରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରଣାଳୟର ବାୟୋଟେକ୍‌ନୋଲୋଜି ବିଭାଗ ପ୍ରଜ୍ଞାପନ ମେଢ଼ରେ କରୋନା ଭୂତାଣୁ ବିରୋଧରେ ଭାରତର ମିଳିତ ସଂଗ୍ରାମରେ ନିଆଯାଇଥିବା ରଣନୀତିକ ପଦ୍ଧତି ସ୍ଥାନ ପାଇବ। ଉକ୍ତ ପ୍ରଜ୍ଞାପନ ମେଢ଼ର ବିଷୟବସ୍ତୁ ରହିବ କୋଭିଡ୍‌ ବିରୋଧୀ ଲଢ଼େଇରେ ଆତ୍ମନିର୍ଭର ଭାରତ ଅଭିଯାନ। ମାନବ ଜାତିର ସୁରକ୍ଷା ଲାଗି ଐତିହାସିକ ସଫଳତା ସ୍ବରୂପ ଟିକା ଉତ୍ପାଦନର ବିଭିନ୍ନ ପ୍ରକ୍ରିୟା, କୋଭିଡ୍‌ ଭାକ୍ସିନ୍‌ ସହ ଜଣେ ବୈଜ୍ଞାନିକଙ୍କ ପ୍ରତିମୂର୍ତ୍ତି ମେଢ଼ ସମ୍ମୁଖ ଭାଗରେ ରହିବ। ମେଢ଼ର ପଛଭାଗକୁ ୫ ଭାଗରେ ବିଭକ୍ତ କରାଯାଇ ଭୂତାଣୁ ଆଇସୋଲେଶନ, କୋଷ ବିଭାଜନ, ଅଭିବୃଦ୍ଧି, ଭୂତାଣୁ ଷ୍ଟୋରେଜ୍‌ ସିଷ୍ଟମ୍‌, ଭୂତାଣୁ ଗବେଷଣା ଲାବରେଟୋରି, ବାୟୋରିଆକ୍ଟରରେ ଟିକା ପ୍ରସ୍ତୁତି ଏବଂ ଟିକାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ପ୍ରଦର୍ଶିତ ହେବ। କ୍ୟାବିନ ବାହାରେ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସ୍ଥାନିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri