କୋଭିଡ୍‌-୧୯ ସହାୟତା: ଗ୍ରାମାଞ୍ଚଳର ଗରିବ, ଅତିଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌

ଭୁବନେଶ୍ୱର, ୨୫।୮(ବ୍ୟୁରୋ): କରୋନା ମହାମାରୀରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମାଞ୍ଚଳ ଜୀବନ ଜୀବିକାର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କୋଭିଡ୍‌-୧୯ ସହାୟତା ପ୍ୟାକେଜ୍‌କୁ ଅନୁମୋଦନ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଗରିବ ଓ ଅତି ଗରିବ ପରିବାର ତଥା ପ୍ରବାସ ଫେରନ୍ତା ଶ୍ରମିକଙ୍କ ଜୀବିକା ବିକାଶ ନିମନ୍ତେ ୪ ପ୍ରକାରର ସ୍ବତନ୍ତ୍ର ପ୍ୟାକେଜ୍‌ ବ୍ୟବସ୍ଥା କରାଯାଇଛି। ପ୍ୟାକେଜ୍‌ ୧ରେ ଗ୍ରାମୀଣ ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ପ୍ରତ୍ୟେକ ଉଦ୍ୟୋଗୀଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଏକକାଳୀନ ଋଣ ପ୍ରଦାନ କରାଯିବ। ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟା କିମ୍ବା ସେମାନଙ୍କ ପରିବାରର ସଦସ୍ୟ କୃଷି ଓ ଅଣକୃଷି ଉଦ୍ୟୋଗର ବିକାଶ ପାଇଁ ଏହି ଋଣ ନେଇପାରିବେ। ସେହିପରି ଦ୍ୱିତୀୟ ପ୍ୟାକେଜ୍‌ରେ କୃଷି ଓ ଅଣକୃଷି କ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ନେଇ ଗଠିତ ଉଦ୍ୟୋଗ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କୁ ଏକକାଳୀନ ୧ ଲକ୍ଷ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ। ୬ ମାସରୁ ଊର୍ଦ୍ଧ୍ୱ ଉଦ୍ୟୋଗ ଗୋଷ୍ଠୀ ଏବଂ ୧ ବର୍ଷରୁ ଉତ୍ପାଦକ ଗୋଷ୍ଠୀ ଏହି ଋଣ ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ। ପ୍ୟାକେଜ୍‌ ୩ରେ ଅତି ଗରିବ କିମ୍ବା ଅସହାୟ ପରିବାର ଯଥା ଦିବ୍ୟାଙ୍ଗ, ଆଦିମ ଜନଜାତି, ବିଧବା, ତୃତୀୟ ଲିଙ୍ଗ, ନିରାଶ୍ରୟ ଏବଂ ମହିଳା ମୁଖ୍ୟ ଥିବା ପରିବାର ଦ୍ୱାରା ପରିଚାଳିତ ଉଦ୍ୟୋଗ ତଥା ଜୀବିକାର ଉନ୍ନତି ପାଇଁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ। ସେହିପରି ପ୍ୟାକେଜ୍‌ ୪ରେ କୋଭିଡ୍‌ ୧୯ ମହାମାରୀ ସମୟରେ ରାଜ୍ୟକୁ ଫେରିଥିବା କୁଶଳୀ ଓ ଅର୍ଦ୍ଧକୁଶଳୀ ପ୍ରବାସୀ ଶ୍ରମିକଙ୍କ ଦ୍ୱାରା ଉଭୟ ପୁରୁଣା ଉଦ୍ୟୋଗର ବିକାଶ ତଥା ନୂତନ ଉଦ୍ୟୋଗର ଆରମ୍ଭ ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ।
ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୋଷ୍ଠୀଭିତ୍ତିକ ସଂସ୍ଥା ଯଥା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଆଞ୍ଚଳିକ ମଞ୍ଚ, ଗ୍ରାମପଞ୍ଚାୟତସ୍ତରୀୟ ସଂଘ, ଉଦ୍ୟୋଗ ତଥା ଉତ୍ପାଦକ ଗୋଷ୍ଠୀ ଏହି ପ୍ୟାକେଜ୍‌କୁ କାର୍ଯ୍ୟକାରୀ କରିବା ପାଇଁ ସହାୟତା ପ୍ରଦାନ କରିବେ। ଏହି ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣାର ଅବଧି ୬ ମାସ ରହିବ। ଏଥିସହିତ ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ଏବଂ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍‌ବିଏଡିସି) ପାଣ୍ଠି ମଧ୍ୟ ବ୍ୟବହାର କରାଯାଇ ପାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?