Posted inଖେଳ

କୋଭିଡ୍‌- ୧୯ ପ୍ରଭାବ: ଟାଟା ଷ୍ଟିଲ୍‌ ଚେସ୍‌ ଇଣ୍ଡିଆ ରାପିଡ୍‌ ଆଣ୍ଡ୍‌ ବ୍ଲିଜ୍‌ ଟୁର୍ନାମେଣ୍ଟ ବାତିଲ

କୋଲକାତା, ୧୨।୧୧: କୋଭିଡ୍‌- ୧୯ ମହାମାରୀ କାରଣରୁ ଆଉ ଏକ ମେଗା ଚେସ୍‌ ଇଭେଣ୍ଟ ବାତିଲ ହୋଇଛି। ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଟାଟା ଷ୍ଟିଲ ଚେସ୍‌ ଇଣ୍ଡିଆ ରାପିଡ୍‌ ଆଣ୍ଡ ବ୍ଲିଜ ଟୁର୍ନାମେଣ୍ଟର ୨୦୨୦ ସଂସ୍କରଣକୁ ବାତିଲ କରାଯାଇଛି। ଏହି ଚେସ୍‌ ପ୍ରତିଯୋଗିତା ଭାରତର ପ୍ରଥମ ଚେସ୍‌ ସୁପର ଟୁର୍ନାମେଣ୍ଟର ମାନ୍ୟତା ପାଇଥିଲା। ଗତ ଦୁଇଟି ସଂସ୍କରଣରେ ଏହି ଚେସ୍‌ ପ୍ରତିତଯୋଗିତା ଗ୍ଲୋବାଲ ଚେସ୍‌ କ୍ୟାଲେଣ୍ଡରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିଲା। ବିଶ୍ୱର ଏକାଧିକ ତାରକା ଖେଳାଳି ଏଥିରେ ଅଂଶଗ୍ରହଣ କରିଛନ୍ତି। ୨୦୧୯ ସଂସ୍କରଣରେ ମାଗ୍ନସ କାର୍ଲସେନ ଅଂଶଗ୍ରହଣ କରି ଚାମ୍ପିୟନ ହୋଇଥିଲେ। ଗ୍ରାଣ୍ଡ ଚେସ୍‌ ଟୁରର ଅଂଶବିଶେଷ ହୋଇଥିବା ଏହି ଟୁର୍ନାମେଣ୍ଟରେ ୧୦ଜଣ ଗ୍ରାଣ୍ଡମାଷ୍ଟର ଭାଗ ନେଇଥିଲେ। ପେସାଦାର ଚେସ୍‌ ଖେଳାଳି, ଚେସ୍‌ ଜର୍ନାଲିଷ୍ଟ ଓ ଚେସ୍‌ ପ୍ରେମୀଙ୍କ ନିକଟରେ ଏହାର ଲୋକପ୍ରିୟତା ଶୀର୍ଷକୁ ଛୁଇଁ ଥିଲା।
ଚେସ୍‌ ସହିତ ଜଡିତ ରହି ଆମେ ଗର୍ବିତ। ଗତ ଦୁଇଟି ସଂସ୍କରଣକୁ ବେଶ୍‌ ସଫଳତାର ସହ ଆୟୋଜନ କରିଥିଲୁ। ଭବିଷ୍ୟତରେ ମଧ୍ୟ ଏହି ଟୁର୍ନାମେଣ୍ଟ ଆମେ ଆୟୋଜନ କରିବୁ। ଏହାର ଲୋକପ୍ରିୟତାରେ ମଧ୍ୟ ଆହୁରି ବୃଦ୍ଧି ପରିଲକ୍ଷିତ ହେବ। କିନ୍ତୁ କୋଭିଡ୍‌-୧୯ ମହାମାରୀ ପ୍ରକୋପକୁ ଦୃଷ୍ଟିରେ ରଖି ଏଥର ଏହି ଟୁର୍ନାମେଣ୍ଟକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ଟାଟା ଷ୍ଟିଲ୍‌ କର୍ପୋରେଟ ସର୍ଭିସ ଉପସଭାପତି ଚାଣକ୍ୟ ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri