ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କୋଭିଡ୍‌ ଟେଷ୍ଟ ଆବଶ୍ୟକ ନାହିଁ

ଭୁବନେଶ୍ୱର, ୧୫।୨(ବ୍ୟୁରୋ):ରାଜ୍ୟରେ ଏଣିକି ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ କୋଭିଡ୍‌ ଟେଷ୍ଟର ଆବଶ୍ୟକତା ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେବା ସମୟରେ ଆଉ କରୋନା ଟେଷ୍ଟ୍‌ ବାଧ୍ୟତାମୂଳକ ନ କରିବାକୁ କୁହାଯାଇଛି। ଏହା ସମସ୍ତ ମାଇନର/ମେଜର ସର୍ଜରି ସମେତ ଓପିଡି, ଜରୁରିକାଳୀନ ରୋଗୀଙ୍କ ପାଇଁ ଉପଲବ୍ଧ। ସେହିଭଳି ଯଦି କୌଣସି ପ୍ରସୂତି ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତୁ କିମ୍ବା ଆଡ୍‌ମିଶନ ପାଇଁ ଆସୁଛନ୍ତି, ତେବେ ସେମାନଙ୍କର ମଧ୍ୟ କରୋନା ପରୀକ୍ଷା କରାଯିବ ନାହିଁ। ଏହା କେବଳ ଲକ୍ଷଣବିହୀନ ରୋଗୀଙ୍କ ପାଇଁ ପ୍ରଯୁଜ୍ୟ। ହେଲେ ଯଦି କାହାର କରୋନା ଲକ୍ଷଣ ଥିବ, ତେବେ ସେମାନଙ୍କର କରୋନା ଟେଷ୍ଟ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି। କରୋନା ସଂକ୍ରମଣ ହ୍ରାସ ପାଉଥିବା ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।
କରୋନା ଟେଷ୍ଟ ଭୟରେ ଅଧିକାଂଶ ରୋଗୀ ହସ୍ପିଟାଲ ଯାଉ ନ ଥିଲେ। ପୁଣି ଏଥିପାଇଁ ଦୁଇଦିନ ଅପେକ୍ଷା କରିବାକୁ ପଡ଼ୁଥିବାରୁ ଅନେକ ଗୁରୁତର ରୋଗୀ ସମସ୍ୟାର ସମ୍ମୁଖୀନ ହେଉଥିଲେ। ରୋଗ ମଧ୍ୟ ବଢ଼ିଯାଉଥିଲା। ଏ ନେଇ ବିଭିନ୍ନ ସ୍ଥାନରୁ ଅଭିଯୋଗ ମଧ୍ୟ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri