Posted inଖେଳ

କୋଭିଡ୍‌-୧୯: ଇଂଲଣ୍ଡ ବିପକ୍ଷ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବ

ନୂଆଦିଲ୍ଲୀ,୧୬।୭(ପି.ଟି.): ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୬ ମ୍ୟାଚ୍‌ ବିଶିଷ୍ଟ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବା ନିଶ୍ଚିତ ହୋଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ସେପ୍ଟେମ୍ବରରେ ଆୟୋଜନ ହେବାକୁ ଥିବା ଏହି ସିରିଜ ବାତିଲ ହେବ ଏକପ୍ରକାର ସ୍ପଷ୍ଟ ହୋଇଛି। ସେହିପରି ଆସନ୍ତାମାସରେ ଭାରତ ଆସିବାକୁ ଥିବା ନ୍ୟୁଜିଲାଣ୍ଡ ଏ’ ଦଳର ଗସ୍ତ ମଧ୍ୟ ବାତିଲ ହେବ। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏ ନେଇ ଆନୁଷ୍ଠାନିକ ଘୋଷଣା କରିନାହିଁ। କିନ୍ତୁ ଏହି ସିରିଜ ଗୁଡିକ ବାତିଲ ହେବା ଆଶା କରାଯାଉଛି।
ସେପ୍ଟେମ୍ବରରେ ଭାରତ ଗସ୍ତରେ ଆସିବାକୁ ଥିବା ଇଂଲଣ୍ଡ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି। ବର୍ତ୍ତମାନର ପରିସ୍ଥିତିରେ ଇଂଲଣ୍ଡ ଭାରତ ଗସ୍ତ କରିବାକୁ ଚାହିଁବନି ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର ବସିବାକୁ ଥିବା ବୋର୍ଡ ଆପେକ୍ସ କାଉନ୍‌ସିଲ ବୈଠକରେ ଭାରତର ଫ୍ୟୁଚର ଟୁର୍ସ ଆଣ୍ଡ୍‌ ପ୍ରୋଗ୍ରାମ ନେଇ ଆଲୋଚନା ହେବ। ଆଲୋଚନା ହେବା ପରେ ଏ ନେଇ ଏକ ଔପଚାରିକ ଘୋଷଣା କରାଯିବ। ଅଗଷ୍ଟରେ ଭାରତ ଗସ୍ତରେ ଆସିବାକୁଥିବା ନ୍ୟୁଜିଲାଣ୍ଡ ଏ’ ଗସ୍ତ ମଧ୍ୟ ବାତିଲ ହେବାର ସମ୍ଭାବନା ରହିଛି ବୋଲି ଅଧିକାରୀ ଜଣକ କହିଛନ୍ତି। ବ୍ରିଟେନର ଗଣମାଧ୍ୟମଗୁଡିକ ମଧ୍ୟ ଏ ନେଇ ଖବର ପ୍ରକାଶ କରିଛନ୍ତି। ଭାରତରେ ଏପର୍ଯ୍ୟନ୍ତ ୯ ଲକ୍ଷ ସଂକ୍ରମିତ ହୋଇଛନ୍ତି ଓ ପାଖାପାଖି ୨୫,୦୦୦ ମୃତ୍ୟୁବରଣ କରିଛନ୍ତି। ଯଦି ସେପ୍ଟେମ୍ବରରେ ପରସ୍ଥିତିରେ ସୁଧାର ଆସେ ତା’ହେଲେ ଇଂଲଣ୍ଡ ଭାରତ ଆସିବାର ସମ୍ଭାବନା ସୃଷ୍ଟି ହେବ। ଏଭଳି ପରସ୍ଥିତିରେ ମ୍ୟାଚ୍‌ ଆୟୋଜନ ହେବାର ସମ୍ଭାବନା କମ୍‌ ରହିଛି। ପୁଣି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ମଧ୍ୟ ବାତିଲ ହେବା ନିଶ୍ଚିତ ମନେ ହେଉଛି। ଏପରିସ୍ଥଳେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ହେବାର ସୁଯୋଗ ସୃଷ୍ଟି ହୋଇଛି। ଗତ ମାର୍ଚ୍ଚରେ ଭାରତ ଶେଷଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ ଖେଳିଥିଲା। ତେବେ କରୋନା ଭାଇରସ୍‌ କାରଣରୁ ଏହାକୁ ଅଧାରୁ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri