Posted inଜାତୀୟ

ଟିକା ଦର ଧାର୍ଯ୍ୟ କଲା ସେରମ: ଏତିକି ଟଙ୍କାରେ ମିଳିବ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବାବେଳେ ଟିକାକରଣକୁ ଜୋରଦାର ପାଇଁ କେନ୍ଦ୍ର ସରକାର ଆଗେଇ ଆସିଛନ୍ତି। କୋଭିଶିଲ୍ଡ ଟିକା ପ୍ରସ୍ତୁତ କରିଥିବା କମ୍ପାନୀ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ବୁଧବାର ଟିକା ଦର ଧାର୍ଯ୍ୟ କରିଛି। ଖେଶଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଧାର୍ଯ୍ୟ ହୋଇଛି। ଦର ମୁତାବକ ପ୍ରାଇଭେଟ୍‌ ହସ୍ପିଟାଲକୁ କୋଭିଶିଲ୍ଡ ଟିକା ୬୦୦ ଟଙ୍କା ଏବiଂ ରାଜ୍ୟ ସରକାରଙ୍କୁ ପ୍ରତି ଡୋଜ୍‌ ୪୦୦ ଟଙ୍କାରେ ଦିଆଯିବ ବୋଲି ସେରମ ଇନ୍‌ଷ୍ଟିଚ୍ୟୁର ସିଇଓ ଅଦର ପୁନାଓ୍ବାଲା କହିଛନ୍ତି। ଅନ୍ୟ ଦେଶ ତୁଳନାରେ ଭାରତରେ ଟିକା ଦର କମ୍‌ ଥିବା ସେ କହିଛନ୍ତି। ଆମେରିକାରେ ୧୫୦୦, ରୁଷିଆରେ ୭୫୦, ଚାଇନାରେ ୭୫୦ ଟଙ୍କାରେ କରୋନା ଟିକା ଉପଲବ୍ଧ ଅଛି। ସୂଚନାଯୋଗ୍ୟ, ମେ ୧ରୁ ସମସ୍ତ ପ୍ରାପ୍ତ ବୟସ୍କ ଟିକା ନେବେ। ଟିକା ନେବାର ସର୍ବନିମ୍ନ ବୟସ ୧୮ କରିଛନ୍ତି ସରକାର। କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି। ଟିକାକରଣ ନେଇ ତିନୋଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ ପ୍ରତି ମାସରେ ଯେତେ ଟିକା ଉତ୍ପାଦନ କରିବେ ତାର ୫୦ ପ୍ରତିଶତ ସେଣ୍ଟ୍ରାଲ ଡ୍ରଗ ଲାବୋରେଟୋରୀକୁ ଦେବେ। ଏହାପରେ ବାକି ଟିକା ରାଜ୍ୟ ସରକାର ଏବଂ ଖୋଲା ବଜାରରକୁ ଯୋଗାଇ ପାରିବେ ଉକ୍ତ ଟିକା ଉତ୍ପାଦନକାରୀ କମ୍ପାନୀ। ଏବେ ବିଭିନ୍ନ ଘରୋଇ ଏବଂ ସରକାରୀ କୋଭିଡ କେନ୍ଦ୍ରରେ ଟିକାକରଣ ଚାଲିଛି। ଏବେ ଖୋଲା ବଜାରକୁ ଟିକା ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେବାର ଅର୍ଥ ଔଷଧ ଦୋକାନ, ହସ୍ପିଟାଲ ମଧ୍ୟ କରୋନା ଟିକା ଉତ୍ପାଦକଙ୍କ ପାଖରୁ କିଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri