୮୪ଦିନ ପୂର୍ବରୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ମନା

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟିକା କୋଭିଶିଲ୍ଡର ଦୁଇଟି ଡୋଜ୍‌ ମଧ୍ୟରେ ଥିବା ବ୍ୟବଧାନ ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଏ ନେଇ ସାନି ଗାଇଡ୍‌ଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ପ୍ରଥମ ଡୋଜ୍‌ ନେବାର ୧୨ ସପ୍ତାହ ବା ୮୪ ଦିନ ପରେ ଦ୍ୱିତୀୟ ଡୋଜ୍‌ ନେବାକୁ ନିର୍ଦ୍ଦେଶ ରହିଛି। କିନ୍ତୁ ଏହା ପୂର୍ବରୁ ଦ୍ୱିତୀୟ ଡୋଜ୍‌ ନେବାକୁ ବାରଣ କରାଯାଇଛି। ସେହିଭଳି ୮୪ଦିନ ପୂର୍ବରୁ ଦ୍ୱିତୀୟ ଡୋଜ୍‌ ପାଇଁ ଅନ୍‌ଲାଇନ୍‌ ପଞ୍ଜୀକରଣ ହୋଇପାରିବ ନାହିଁ। ତେବେ ଦ୍ୱିତୀୟ ଡୋଜ୍‌ ପାଇଁ ଅନ୍‌ଲାଇନ୍‌ ପଞ୍ଜୀକରଣ ହୋଇସାରିଥିଲେ ତାହାକୁ ବାତିଲ କରିବନି କୋୱିନ ପୋର୍ଟାଲ। ଏଭଳି କ୍ଷେତ୍ରରେ ପୁଣି ଥରେ ନିଜ ତରଫରୁ ବୁକିଂ ପାଇଁ ବା ସ୍ଲଟ୍‌ ରିସିଡ୍ୟୁଲ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି। ବ୍ୟକ୍ତି ଜଣକ ଯଦି ପୂର୍ବ ବୁକିଂ ଅନୁଯାୟୀ ୮୪ ଦିନ ପୂର୍ବରୁ ଟିକା ନେବାକୁ ଚାହିଁବେ, ତେବେ ଟିକା ନେଇପାରିବେ ବୋଲି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି। ନୂଆ ନିୟମାନୁସାରେ, ଏବେ ଦ୍ୱିତୀୟ ଡୋଜ୍‌ ନେବା ପାଇଁ ଆଉ ଭିଡ଼ ରହିବ ନାହିଁ। ଏଭଳି କ୍ଷେତ୍ରରେ ଏବେ ପ୍ରଥମ ଡୋଜ୍‌ ନେବାକୁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଅଗ୍ରାଧିକାର ଦେବାକୁ ବିଭାଗ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?