ଏଣିକି ଘସିରେ ଶବଦାହ: କେବେଠୁ ଆରମ୍ଭ …

ଭୁବନେଶ୍ୱର,୨୯।୧୦: ଏଣିକି ଘସିରେ ହେବ ଶବଦାହ। ସ୍ବର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଛି । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ସେ କହିଛନ୍ତି, ହିନ୍ଦୁ ଶାସ୍ତ୍ର ଅନୁଯାଯୀ, ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ । ସ୍ବର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବ । ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ପରେ ଏନେଇ ଖୁବ ଶୀଘ୍ର ବିଚାର ବିମର୍ଶ କରି ସରକାର ପଦକ୍ଷେପ ନେବେ ।

ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ମଧ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଗୋ ସୁରକ୍ଷା ଓ ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ କମିଟି ଗଠିତ ହେବ, ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ । ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର କାମଧେନୁ ଯୋଜନା ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?