ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ):  ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ ଯାଉଥିବା କିଛି ଲୋକ ଏହା ଦେଖି ୧୧୨ ନମ୍ବରକୁ ଡାଏଲ୍‌ କରି ଘଟଣା ସମ୍ପର୍କରେ ଫାୟାର ଷ୍ଟେସନକୁ ଅବଗତ କରିଥିଲେ।

ଖବର ପାଇ ତୁରନ୍ତ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୀର୍ଘ ସମୟ ଧରି ଉଦ୍ୟମ କରିବା ପରେ ସ୍ଥାନୀୟ ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ଅରୁଣ ରାଉଳ, ରଘୁନାଥ ରେଡ୍ଡୀ ଓ ଓମ୍‌ପ୍ରକାଶ ରାଓଙ୍କ ସହଯୋଗରେ ଗାଈଟିକୁ ଡ୍ରେନରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।

ସୂଚନା ଅନୁଯାୟୀ, ଡ୍ରେନ ସଫେଇ କାର୍ଯ୍ୟ ପାଇଁ ଡ୍ରେନ ଉପରେ ଥିବା ପ୍ଲେଟ୍‌ଗୁଡ଼ିକୁ ବାହାର କରାଯାଇଥିଲା। ଏହି ସମୟରେ ଡ୍ରେନଟି ମୁକୁଳା ରହିଥିବାରୁ ଗାଈଟି ତା’ ଭିତରକୁ ଗଳି ପଡ଼ିଥିଲା।

ଘଟଣାସ୍ଥଳରେ ଏନ୍‌ଏସି ସାନିଟେସନ୍‌ ଏକ୍ସପର୍ଟ ନୋମେଶ ପହଞ୍ଚି ଡ୍ରେନ ଉପରେ ପ୍ଲେଟ୍‌ଗୁଡ଼ିକୁ ପୁନଃ ଲଗାଇବା ପାଇଁ ବ୍ୟବସ୍ଥା କରିଥିଲେ।

ଅଗ୍ନିଶମ ବିଭାଗର ଲିଫ୍ଟିଂ ଫାୟାର ଫାଇଟର ସଦାନନ୍ଦ ନାୟକ, ଏଫ୍‌ଏମ୍‌ଡି ସୌମ୍ୟରଞ୍ଜନ ସାହୁ, ଏଫ୍‌ଡି ଏସ୍‌.କେ. ଗୌଡ଼, ଏସ୍‌.ଏନ୍‌. ପ୍ରଧାନ, ବନଜ ସେଠୀ ଓ ଆର୍‌.କେ. ଗୌଡ଼ ପ୍ରମୁଖ ସ୍ଥାନୀୟ ଲୋକଙ୍କ ସହଯୋଗରେ ଗାଈଟିକୁ ଡ୍ରେନରୁ ଉଦ୍ଧାର କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?