ଗୋରୁ ଗାଡ଼ି ଜାଳିଦେଲେ ଗୋ’ ରକ୍ଷକ

ଭଦ୍ରକ,୨୧ା୮(ସନାତନ ରାଉତ): ଭଦ୍ରକ ୧୬ ନଂ ଜାତୀୟ ରାଜପଥର ନଳାଙ୍ଗ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଭୋର୍‌ ସମୟରେ ଏକ ଗୋରୁ ଗାଡ଼ିକୁ ଜାଳି ଦେଇଛନ୍ତି ଗୋ’ ରକ୍ଷକ l ୧୨ଟି ଗୋରୁ ଉଦ୍ଧାର କରିଛି ଗ୍ରାମାଞ୍ଚଳ ପୋଲିସ ସୂଚନା ମୁତାବକ ଯାଜପୁର ଜିଲା ପାଣିକୋଇଲି ଅଞ୍ଚଳରୁ ଏକ ଛୋଟ ପିକ୍‌ଅପ୍‌ରେ ୧୨ଟି ଗୋରୁ ବୋଝେଇ ହୋଇ ଭଦ୍ରକ ଅଭିମୁଖେ ଆସୁଥିଲା। ବିଶେଷ ସୂତ୍ରରୁ ଖବର ପାଇ ଗୋରକ୍ଷକମାନେ ନଳାଙ୍ଗ ନିକଟରେ ଗାଡ଼ିକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଗାଡ଼ିରେ ଥିବା ଡ୍ରାଇଭର ଓ ସହଯୋଗୀ ସେମାନଙ୍କୁ ଆକ୍ରମଣ କରିଥିଲେ। ବଚସା ହେବା ପରେ ଗୋ’ ରକ୍ଷକ ଗାଡ଼ିରୁ ଗୋରୁଗୁଡ଼ିକୁ ଓହ୍ଲାଇ ଦେଇ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଡ୍ରାଇଭର ଓ ସହଯୋଗୀ ମୌକା ଦେଖି ଫେରାର ହୋଇଯାଇଥିଲେ।ଦମକଳ ପହଞ୍ଚି ନିଆଁ ଲିଭାଇଥିଲା। ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ କରିବା ସହ ଗୋରୁମାନଙ୍କୁ ବାଲେଶ୍ୱର ଜିଲା ମାଇତାପୁର ଗୋ’ଶାଳାରେ ଛାଡ଼ିବା ପାଇଁ ବ୍ୟବସ୍ଥା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri