ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ ଘର ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ଗ୍ରାମର ଉଆଳି ଗୌଡ଼ଙ୍କ ୨ଟି ବଳଦ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଅପରାହ୍ନ ପ୍ରାୟ ୧ ଟାରେ ଉଆଳି ତାଙ୍କ ବଳଦ ଦୁଇଟିକୁ ଗୁହାଳରେ ବାନ୍ଧି ନିକଟସ୍ଥ  କଇଠଖଣ୍ଡି ଗ୍ରାମକୁ ଭୋଜି ଖାଇବାକୁ ଯାଇଥିଲେ । ଏହି ସମୟରେ ତାଙ୍କ ଗୁହାଳରେ ନିଆଁ ଲାଗି ପାଖରେ ଥିବା ଲକ୍ଷ୍ମୀ ଗୈାଡ ଏବଂ ନରହରି ଗୈାଡଙ୍କ ଗୁହାଳକୁ ବ୍ୟାପି ଯାଇଥିଲା ।

ତେବେ ନିଆଁ କିପରି ଲାଗିଲା ସେନେଇ ସ୍ପଷ୍ଟ ହୋଇପାରି ନାହିଁ । ତେବେ ଗ୍ରାମବାସୀଙ୍କ ଚେଷ୍ଟାରେ ଲକ୍ଷ୍ମୀ ଓ ନରହରିଙ୍କ ଗୃହପାଳିତ ପଶୁଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଥିଲା । କିନ୍ତୁ ନିଆଁର ପ୍ରକୋପରୁ ଉଆଳିଙ୍କ ବଳଦ ଦୁଇଟି ଉଦ୍ଧାର କରାଯାଇ ପାରିନଥିଲା।  ସରପଞ୍ଚ ମନୋରଞ୍ଜନ ଗୌଡ଼ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେବାପରେ ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ରାଜସ୍ବ ନୀରିକ୍ଷକ ରାମପ୍ରସାଦ ସାହୁ ଏବଂ ପ୍ରାଣୀ ଚିକିତ୍ସା ବିଭାଗ କର୍ମଚାରୀ ବୃନ୍ଦ ଗ୍ରାମରେ ପହଞ୍ଚି ଘଟଣାର ତଦନ୍ତ କରି ଫେରିଛନ୍ତି।  ଉଆଳି ଗୌଡ଼ କିଛିଦିନ ପୂର୍ବେ ବଳଦ ଦୁଇଟିକୁ  ୪୦ ହଜାର ଟଙ୍କା ରେ କିଣିଥିବା ବେଳେ ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ  ସ୍ଥାନୀୟ ଗ୍ରାମବାସୀ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏବଂ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?