ଗାଈ ଚରାଳିଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ

ଦାରିଙ୍ଗବାଡ଼ି,୨୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ା ଗ୍ରାମରେ ଗାଈ ଚରାଳି ମାଦି ପଡ୍ରାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ସେହି ଅଞ୍ଚଳ ପଣସପଦର ଗ୍ରାମର ଆକାଶ ପଡ୍ରା ବୋଲି ଥାନା ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ଦେଇଛନ୍ତି। ଆକାଶଙ୍କ ଠାରୁ ଏକ ଦେଶୀ ବନ୍ଧୁକ ପୋଲିସ ଜବତ କରିଛି। ତାଙ୍କ ନାମରେ ପୋଲିସ ଏକ ମାମଲା (୧୦୬/୨୩) ରୁଜୁ କରି ଅଧିକାତଦନ୍ତ ଚଳାଇଛି। ରବିବାର ଆକାଶଙ୍କୁ ଜେଏମ୍‌ଏଫ୍‌ସିରେ ହାଜର କରାଯାଇଥିବା ପୋଲିସ କହିଛ। ତେବେ ଦେଶୀ ବନ୍ଧୁକ ଦୀର୍ଘ ୨୦ ବର୍ଷ ଧରି ଆକାଶଙ୍କ ପରିବାର ବ୍ୟବହାର କରୁଥିବା ବେଳେ ସେମାନେ କେଉଁ ଉଦ୍ଦେଶ୍ୟରେ ଏହି ବନ୍ଧୁକ ବ୍ୟବହାର କରୁଥିଲେ ତାହା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏନେଇ ଥାନାଧିକାରୀ ଚାପଧାରୀ ପ୍ରଧାନ କହିଛନ୍ତି, ଅଭିଯୁକ୍ତ ଆକାଶଙ୍କ ବାପାଙ୍କ ଅମଳରୁ ସେହି ବନ୍ଧୁକ ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ମୃତ ମାଦି ପ୍ରତିଦିନ ଭଳି ଗାଈ ଚରାଇବାକୁ ଯାଇଥିବା ବେଳେ କୁଆଡ଼େ ଆକାଶଙ୍କ ମକା ଫସଲକୁ ଗାଈକୁ ଖୁଆଇ ଦେଇଥିଲେ ଗତ ବର୍ଷ ମଧ୍ୟ ସେଭଳି କୁଆଡ଼େ ମାଦି ଏଭଳି ମକା ଫସଲ ଖୁଆଇ ଦେଇଥିଲେ। ଫସଲ ନଷ୍ଟକୁ ନେଇ ଉତ୍ତ୍ୟକ୍ତ ଆକାଶ ମାଦିଙ୍କୁ ଗୁଳି କରିଥିବା ପୋଲିସ ନିକଟରେ ସ୍ବୀକାର କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri