ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ: ହାଇକୋର୍ଟଙ୍କୁ ସରକାରଙ୍କ ସୂଚନା

ଢେଙ୍କାନାଳ,୮।୮: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଏବଂ ଓଡ଼ିଶା ପୌର ନିଗମ ଆଇନ, ୨୦୦୩ର ଧାରା ୫୬୨ ଅନୁସାରେ ରାଜ୍ୟରେ ଗୋ ହତ୍ୟା ପୂର୍ଣ୍ଣତଃ ବାରଣ ହୋଇଥିବା ସରକାର ତରଫରୁ ହାଇକୋର୍ଟରେ ଦାଖଲ କରାଯାଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି।

ମୁଖ୍ୟ ବିଚାରପତି ଜଷ୍ଟିସ୍ ହରୀଶ ଟଣ୍ଡନ ଏବଂ ଜଷ୍ଟିସ୍ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଗୌ ଜ୍ଞାନ ଫାଉଣ୍ଡେସନ୍ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାର ଶୁଣାଣି ସମୟରେ ଏହି ସୂଚନା ପ୍ରଦାନ କରାଯାଇଥିଲା। ସରକାରଙ୍କ ତରଫରୁ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ (ଏଜିଏ) ଦେବାଶିଷ ତ୍ରିପାଠୀ ଜଣାଇଛନ୍ତି ଯେ, ଏହି ପ୍ରସଙ୍ଗରେ ଆଇନ ବିଭାଗରୁ ମତାମତ ନିଆଯାଇଥିଲା। ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗର ଅନୁସଚିବ ତରଫରୁ ଦାଖଲ କରାଯାଇଥିବା ସତ୍ୟପାଠରେ ଆଇନ ବିଭାଗର ମତାମତର ଏକ କପି ମଧ୍ୟ ସଂଲଗ୍ନ କରାଯାଇଛି।

ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା ଯେ, ୧୯୬୦ର ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନର ଧାରା ୩ ଅନୁସାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷିଦ୍ଧ ହୋଇଥିବା ସତ୍ତ୍ୱେ, ଏହି ଆଇନର ଧାରା ୨ ଅନୁସାରେ ପ୍ରାଧିକୃତ କର୍ତ୍ତୃପକ୍ଷଙ୍କୁ ଏ ପର୍ଯ୍ୟନ୍ତ ନିଯୁକ୍ତ କରାଯାଇ ନାହିଁ। ଏହାକୁ ଗୁରୁତର ଭାବେ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ପ୍ରାଧିକୃତ କର୍ତ୍ତୃପକ୍ଷ ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗରେ ଗ୍ରହଣ କରାଯାଉଥିବା ପଦକ୍ଷେପ ସମ୍ପର୍କରେ ପରବର୍ତ୍ତୀ ଶୁଣାଣିରେ ସୂଚନା ପ୍ରଦାନ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧ ପାଇଁ ଧାର୍ଯ୍ୟ ହୋଇଛି।

ଏହି ଜନସ୍ବାର୍ଥ ମାମଲା କଟକ ସହରର କେତେକ ନିର୍ଦ୍ଦିଷ୍ଟ ସ୍ଥାନରେ ବେଆଇନ ଗୋ ହତ୍ୟା ହେଉଥିବା ଅଭିଯୋଗକୁ ନେଇ ଦାୟର ହୋଇଥିଲା। ଏହାକୁ ରୋକିବା ପାଇଁ ଟାସ୍କଫୋର୍ସ ଗଠନ କରିବା ନିମନ୍ତେ ଆବେଦନରେ ନିବେଦନ କରାଯାଇଥିଲା। ଜୁଲାଇ ୩ରେ ହାଇକୋର୍ଟ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ବୋଲି ସ୍ପଷ୍ଟ କରି ସରକାରଙ୍କୁ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ମୃଣାଳିନୀ ପାଢ଼ୀ ଏବଂ ସରକାରଙ୍କ ତରଫରୁ ଏଜିଏ ଦେବାଶିଷ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri