ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ ଚଲାଇ ନେଇ ଅନ୍ୟତ୍ର ବିକ୍ରି କରାଯାଉଛି।

ଏହିଭଳି ବୁଧବାର ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ନିକଟସ୍ଥ ଘୋଲପୁରରୁ କେରଳ ଗୋ’ଚାଲାଣ ହେଉଥିଲା। ଏନେଇ ସେହି ରାସ୍ତାରେ ପାଟ୍ରୋଲିଁ କରୁଥିବା ଏଏସ୍‌ଆଇ ଶରତ ଚନ୍ଦ୍ର ପଣ୍ତା ଏତେ ଗୋରୁ ଦେଖି ସନ୍ଦେହରେ ଅଭିଯୁକ୍ତମାନଙ୍କୁ ପଚାରିଥିଲେ। ଏହାପରେ ଉକ୍ତ ଗୋରୁ ସବୁ କେରଳ ଚାଲାଣ ହେଉଥିଲା ବୋଲି ଅଭିଯୁକ୍ତମାନେ ପୋଲିସ ସମ୍ମୁଖରେ ବୟାନ ଦେଇଥିଲେ । ଏହାପରେ ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କ ପରାମର୍ଶ କ୍ରମେ ଏନେଇ ଏକ ମାମଲା ରୁଜୁ ହେବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ୪ ଜଣ ହେଲେ ଲକ୍ଷଣ ଗୌଡ଼, ପ୍ରକାଶ ନାୟକ, ବୁଦ୍ଧଦେବ ପ୍ରଧାନ ଓ ଗଣେଶ ନାଇକ। ସେମାନଙ୍କ ଘର ବାଇବାଲି ଓ ଘୋଲପୁର। ଏଥିସହ ୧୦୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କରି ଗୋ’ଶାଳାରେ ରଖିବା ବ୍ୟବସ୍ଥା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri