Posted inଜାତୀୟ

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଅନ୍ୟପକ୍ଷରେ ବାବାଙ୍କୁ ଟ୍ରକ୍‌ ମଡ଼ାଇ ହତ୍ୟା କରାଯାଇଥିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ଅପରାହ୍ନରେ ଆଗ୍ରା-ଦିଲ୍ଲୀ ରାଜପଥ ଅବରୋଧ କରିବା ସହ ଜୋର୍‌ଦାର ବିକ୍ଷୋଭ କରିବାରୁ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଛି। ବାବାଙ୍କ ସମର୍ଥକମାନଙ୍କ ଅଭିଯୋଗ ଅନୁଯାୟୀ, ଏକ ଗୋରୁ ବୋଝେଇ ଟ୍ରକ୍‌କୁ ଅଟକାଇବାକୁ ଫାର୍ସା ବାବା ଓ ତାଙ୍କ ଅନୁଗାମୀମାନେ ଉଦ୍ୟମ କରୁଥିବାବେଳେ ଚୋରାଚାଲାଣକାରୀମାନେ ଟ୍ରକ୍‌ ମଡ଼ାଇ ଦେଇଥିଲେ। ମଥୁରା ଜିଲା ପ୍ରଶାସନ କହିବା ଅନୁଯାୟୀ, ଗୋରୁ ଚାଲାଣ ସନ୍ଦେହରେ ବାବା ଓ ତାଙ୍କ ସମର୍ଥକମାନେ ରାଜପଥରେ ଏକ କଣ୍ଟେନର ଟ୍ରକ୍‌କୁ ଅଟକାଇଥିଲେ, ଯେଉଁଥିରେ ନାଗାଲାଣ୍ଡ ପଞ୍ଜୀକୃତ ନମ୍ବର ରହିଛି। ତେବେ ଯାଞ୍ଚ ବେଳେ ଟ୍ରକ୍‌ରେ ସାବୁନ୍‌, ଫିନାଇଲ ଓ ସାମ୍ପୋ ଯାଉଥିବା ଜଣାପଡ଼ିଥିଲା। ଏହି ସମୟରେ ରାଜସ୍ଥାନ ପଞ୍ଜୀକୃତ ଅନ୍ୟ ଏକ ଟ୍ରକ୍‌ ଆସିଥିଲା। ଭୋର ସମୟରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ କମ୍‌ ହେଉଥିବାରୁ ଟ୍ରକ୍‌ଟି ଗୋରକ୍ଷକ ଟିମ୍‌କୁ ଧକ୍କା ଦେଇଥିଲା ବୋଲି ଜିଲାପାଳ ଚନ୍ଦ୍ରପ୍ରକାଶ ସିଂ କହିଛନ୍ତି। ଏହା ସତ୍ତ୍ୱେ ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ଦିଆଯାଇଥିବା ଅଭିଯୋଗରେ ଲୋକେ ରାସ୍ତା ଅବରୋଧ କରିବା ସହ ଟେକାମାଡ଼ କରିଥିଲେ। ପ୍ରଶାସନ ଓ ପୋଲିସ ଅଧିକାରୀମନେ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri