ରାଜପଥରେ ଖୋଲାଖୋଲି ବୁଲୁଛନ୍ତି ଗୋରୁ: ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୭।୯(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର କାଦୁଆ ଛକ ନିକଟରେ ରବିବାର ରାତି ୧୦ଟାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ବାଇକ୍ ଆରୋହୀ ନିର୍ମଳ ଦାସ (୩୫), ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାହାଜାହାନପୁର ଗ୍ରାମର ବାସିନ୍ଦାଙ୍କର ମୃତ୍ୟୁ ଘଟିଛି। ବ୍ରହ୍ମଗିରିରୁ ଭୁବନେଶ୍ୱର ଯାଉଥିବା ବେଳେ ରାଜପଥରେ ଦୁଇଟି ବାଛୁରୀଙ୍କ ସହ ବାଇକ୍‌ର ଧକ୍କା ହେବାରୁ ନିର୍ମଳ ଗୁରୁତର ଆହତ ହୋଇଥିଲେ। ସାକ୍ଷୀଗୋପାଳ ଡାକ୍ତରଖାନାରେ ଚିକିତ୍ସା ବେଳେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ଦୁର୍ଘଟଣାରେ ବାଛୁରୀ ଦ୍ୱୟଙ୍କର ମଧ୍ୟ ମୃତ୍ୟୁ ହୋଇଛି। ସତ୍ୟବାଦୀ ପୋଲିସ ଶବ ଓ ବାଇକ୍ ଜବତ କରି ତଦନ୍ତ ଆରମ୍ଭ କରିଛି। ସୋମବାର ଶବ ବ୍ୟବଚ୍ଛେଦ ହେବ ବୋଲି ଥାନା ଆଇଆଇସି ବିଜୟ କେତନ ବେହେରା ସୂଚନା ଦେଇଛନ୍ତି।

ରାଜପଥରେ ଗୋରୁଙ୍କ ଅବାଧ ବିଚରଣ ଯୋଗୁଁ ନିୟମିତ ଦୁର୍ଘଟଣା ଘଟୁଥିବାରୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଓ ପ୍ରଶାସନ ଏହା ନିୟନ୍ତ୍ରଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri