ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ ଦଶରୁ ଅଧିକ ଗୋରୁ ବୋଝେଇ ହୋଇଥିଲା। କୌଣସି ସୂତ୍ରରୁ ଗ୍ରାମର କେତେକ ଯୁବକମାନେ ଘଟଣାସ୍ଥଳରେ ପହଞ୍ଚି ଗୋଚାଲାଣ ଗାଡ଼ିକୁ ଅଟକାଇ ଜମ୍ବୁ ସାମୁଦ୍ରିକ ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ଅନିତା ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମରେ ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିରୁ ଗୋରୁଙ୍କୁ ଉଦ୍ଧାର କରି ଗଛରେ ବନ୍ଧା ଯାଇଥିଲ।
ଘଟଣାସ୍ଥଳରୁ ସ୍ଥାନୀୟ ଦଲାଲ, ବ୍ୟବସାୟୀ ଓ ଗାଡ଼ି ଚାଳକ ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ପୋଲିସ ମୂତୟନ କରାଯାଇଛି ବୋଲି କହିଛନ୍ତି ଥାନା ଅଧିକାରୀ। ମିଳିଥିବା ସୂଚନା ଅନୁସାରେ, ଏହି ଅଞ୍ଚଳରୁ ବହୁ ସଂଖ୍ୟାରେ ରାତି ଅଧିଆ ଗୋଚାଲାଣ ବୃଦ୍ଧି ପାଉଛି ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି । କେତେକ ଗୋ ଦଲାଲ ବାହାର ବ୍ୟବସାୟୀଙ୍କୁ ଗୋରୁ ବିକ୍ରି କରୁଛନ୍ତି। ଗୋରୁ ବୋଝେଇ ଗାଡ଼ିଟି ବାଲେଶ୍ବର ଭଦ୍ରକ ଯାଉଥିବା ସ୍ଥାନୀୟ ବାସିନ୍ଦା ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri