ଆଜି ରାତି ୯ରୁ ଲକ୍‌ଡାଉନ୍‌: ବାହାର ଲୋକ ଭୁବନେଶ୍ୱର ଆସିବା ମନା; ଉଠାଇ ନିଆଯିବ ବାଇକ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍‌ଡ଼ାଉନ୍‌ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି।

କମିଶନର କହିଛନ୍ତି, ଏବେ ରାଜ୍ୟରେ ସ୍ବାଭାବିକୁ ସ୍ଥିତି ଫେରିନି, ସମସ୍ତଙ୍କୁ ସତର୍କ ହେବାକୁ ପଡ଼ିବ। ପୂର୍ବଠାରୁ ଏ ସପ୍ତାହାନ୍ତ ସଟ୍‌ଡ଼ାଉନ୍‌ ଏହି ୫ଟି ସ୍ଥାନରୁ ଉଠିଯିବ। ଗ୍ରୋସରୀ, ପନିପରିବା ଦୋକାନ ଗୋଟାଏ ଯାଏ ଖୋଲିବ। ଘର ପାଖ ଦୋକାନରୁ ଏହାକୁ କିଣନ୍ତୁ, ଦୂରକୁ କିଣିବାକୁ ଯାଆନ୍ତୁନି। ଅମାନିଆ ଲୋକ ବାଇକ ନେଇ କିଣିବାକୁ ଗଲେ, ବାଇକ ଜବତ ହେବ। ମେଡିକାଲ ଷ୍ଟାଫ୍‌ ନିଜ ପରିଚୟପତ୍ର ଦେଖାଇ ଯାଇପାରିବେ। ଔଷଧ ଦୋକାନ କର୍ମଚାରୀ ଟ୍ରେଡ୍‌ ଲାଇସେନ୍ସ କପି ଦେଖାଇ ଯିବେ। ଗ୍ରୋସରୀ, ପରିବା ଦୋକାନୀଙ୍କ ଯାଆସ ପାଇଁ ହ୍ବାଟ୍‌ସଆପ୍‌ ଗ୍ରୁପ୍‌ ହୋଇଛି। ଗଣମାଧ୍ୟମ ପ୍ରତିନିଧି ପରିଚୟପତ୍ର ଦେଖାଇ ଯିବେ। କେହି ଗଣମାଧ୍ୟମର ମିଛ ପରିଚୟପତ୍ର ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବ୍ୟାଙ୍କ କର୍ମଚାରୀଙ୍କ ସଂଖ୍ୟା ୨୫% ଅଧିକ ହେବ ନାହିଁ। ବ୍ୟାଙ୍କ କର୍ମଚାରୀମାନେ ନିଜ ପରିଚୟପତ୍ର, କର୍ତ୍ତୃପକ୍ଷଙ୍କ ଚିଠି ଦେଖାଇବେ। ଘରୋଇ କାମ ପାଇଁ କେହି ସଂସ୍ଥାର ପରିଚୟପତ୍ର ବ୍ୟବହାର କରନ୍ତୁ ନାହିଁ। ଆଇଟି ସଂସ୍ଥା ୧୦% କର୍ମଚାରୀଙ୍କୁ ଅଫିସ ଡାକିପାରିବେ। ସରକାରୀ କର୍ମଚାରୀ ନିଜ ପରିଚୟପତ୍ର ବ୍ୟବହାର କରିପାରିବେ। ଏଥିସହ ବିଭାଗୀୟ ମୁଖ୍ୟଙ୍କ ଚିଠି ମଧ୍ୟ ଦେଖାଇବେ । ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥାନାରୁ ଅନୁମତି ଆଣିବା ଜରୁରୀ। ଏହାଛଡ଼ା କୌଣସି ସାମାଜିକ କାର୍ଯ୍ୟକୁ ଅନୁମତି ନାହିଁ। ବିମାନବନ୍ଦର, ଷ୍ଟେଶନ କର୍ମଚାରୀଙ୍କୁ ଯିବାକୁ ଅନୁମତି ମିଳିବ। ସହର ଭିତରକୁ ବାହାର ଲୋକଙ୍କୁ ଆସିବାକୁ ଅନୁମତି ଦିଆଯିବ ନାହିଁ। ସହରକୁ ପଶିବାକୁ ବା ସହରରୁ ବାହାରିବାକୁ ଅନୁମତି ଜରୁରୀ। ଆବଶ୍ୟକ ନ ଥିଲେ ଘରୁ ବାହାରକୁ ବାହାରନ୍ତୁ ନାହିଁ, ସହଯୋଗ କରନ୍ତୁ। ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri