ଆଜି ରାତି ୯ରୁ ଲକ୍‌ଡାଉନ୍‌: ବାହାର ଲୋକ ଭୁବନେଶ୍ୱର ଆସିବା ମନା; ଉଠାଇ ନିଆଯିବ ବାଇକ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍‌ଡ଼ାଉନ୍‌ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି।

କମିଶନର କହିଛନ୍ତି, ଏବେ ରାଜ୍ୟରେ ସ୍ବାଭାବିକୁ ସ୍ଥିତି ଫେରିନି, ସମସ୍ତଙ୍କୁ ସତର୍କ ହେବାକୁ ପଡ଼ିବ। ପୂର୍ବଠାରୁ ଏ ସପ୍ତାହାନ୍ତ ସଟ୍‌ଡ଼ାଉନ୍‌ ଏହି ୫ଟି ସ୍ଥାନରୁ ଉଠିଯିବ। ଗ୍ରୋସରୀ, ପନିପରିବା ଦୋକାନ ଗୋଟାଏ ଯାଏ ଖୋଲିବ। ଘର ପାଖ ଦୋକାନରୁ ଏହାକୁ କିଣନ୍ତୁ, ଦୂରକୁ କିଣିବାକୁ ଯାଆନ୍ତୁନି। ଅମାନିଆ ଲୋକ ବାଇକ ନେଇ କିଣିବାକୁ ଗଲେ, ବାଇକ ଜବତ ହେବ। ମେଡିକାଲ ଷ୍ଟାଫ୍‌ ନିଜ ପରିଚୟପତ୍ର ଦେଖାଇ ଯାଇପାରିବେ। ଔଷଧ ଦୋକାନ କର୍ମଚାରୀ ଟ୍ରେଡ୍‌ ଲାଇସେନ୍ସ କପି ଦେଖାଇ ଯିବେ। ଗ୍ରୋସରୀ, ପରିବା ଦୋକାନୀଙ୍କ ଯାଆସ ପାଇଁ ହ୍ବାଟ୍‌ସଆପ୍‌ ଗ୍ରୁପ୍‌ ହୋଇଛି। ଗଣମାଧ୍ୟମ ପ୍ରତିନିଧି ପରିଚୟପତ୍ର ଦେଖାଇ ଯିବେ। କେହି ଗଣମାଧ୍ୟମର ମିଛ ପରିଚୟପତ୍ର ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବ୍ୟାଙ୍କ କର୍ମଚାରୀଙ୍କ ସଂଖ୍ୟା ୨୫% ଅଧିକ ହେବ ନାହିଁ। ବ୍ୟାଙ୍କ କର୍ମଚାରୀମାନେ ନିଜ ପରିଚୟପତ୍ର, କର୍ତ୍ତୃପକ୍ଷଙ୍କ ଚିଠି ଦେଖାଇବେ। ଘରୋଇ କାମ ପାଇଁ କେହି ସଂସ୍ଥାର ପରିଚୟପତ୍ର ବ୍ୟବହାର କରନ୍ତୁ ନାହିଁ। ଆଇଟି ସଂସ୍ଥା ୧୦% କର୍ମଚାରୀଙ୍କୁ ଅଫିସ ଡାକିପାରିବେ। ସରକାରୀ କର୍ମଚାରୀ ନିଜ ପରିଚୟପତ୍ର ବ୍ୟବହାର କରିପାରିବେ। ଏଥିସହ ବିଭାଗୀୟ ମୁଖ୍ୟଙ୍କ ଚିଠି ମଧ୍ୟ ଦେଖାଇବେ । ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥାନାରୁ ଅନୁମତି ଆଣିବା ଜରୁରୀ। ଏହାଛଡ଼ା କୌଣସି ସାମାଜିକ କାର୍ଯ୍ୟକୁ ଅନୁମତି ନାହିଁ। ବିମାନବନ୍ଦର, ଷ୍ଟେଶନ କର୍ମଚାରୀଙ୍କୁ ଯିବାକୁ ଅନୁମତି ମିଳିବ। ସହର ଭିତରକୁ ବାହାର ଲୋକଙ୍କୁ ଆସିବାକୁ ଅନୁମତି ଦିଆଯିବ ନାହିଁ। ସହରକୁ ପଶିବାକୁ ବା ସହରରୁ ବାହାରିବାକୁ ଅନୁମତି ଜରୁରୀ। ଆବଶ୍ୟକ ନ ଥିଲେ ଘରୁ ବାହାରକୁ ବାହାରନ୍ତୁ ନାହିଁ, ସହଯୋଗ କରନ୍ତୁ। ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri