ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ ତୁରନ୍ତ ରିଲିଫ ଓ ଆର୍ଥିକ ସହାୟତା ଯୋଗାଇଦେବାକୁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ର ଗଞ୍ଜାମ ଜିଲା କମିଟି ଦାବି କରିଛି।

ଏନେଇ ରବିବାର ଜିଲା ସମ୍ପାଦକ ଶ୍ରୀହର୍ଷ ରଥ ଓ ସହ-ସମ୍ପାଦକ ନୀଳକଣ୍ଠ ଦାଶଙ୍କ ନେତୃତ୍ୱରେ ଏକ ଜିଲାସ୍ତରୀୟ ପ୍ରତିନିଧି ଦଳ ଜିଲାପାଳ ଏବଂ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ସହ ଆଲୋଚନା କରି ବିଭିନ୍ନ ଦାବି ଉପସ୍ଥାପନ କରିଛନ୍ତି।

ସିପିଆଇ ପ୍ରତିନିଧି ଦଳ ଗତ ଦୁଇଦିନ ଧରି ଜିଲାର ବିଭିନ୍ନ ବାତ୍ୟା ଓ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ବିପନ୍ନ ଲୋକଙ୍କ ସମସ୍ୟା, ଚାଷଜମିର କ୍ଷୟକ୍ଷତି ଓ ଅନ୍ୟାନ୍ୟ କ୍ଷତି ସମ୍ପର୍କିତ ତଥ୍ୟ ସଂଗ୍ରହ କରାଯାଇଥିଲା। ପରେ ସ୍ଥିତି ସମ୍ପର୍କରେ ଜିଲା ପ୍ରଶାସନଙ୍କୁ ଅବଗତ କରାଯାଇଥିଲା।

ବନ୍ୟାଘେରରେ ରହିଥିବା ଲୋକଙ୍କୁ ତୁରନ୍ତ ଉଦ୍ଧାର କରିବା ସହ ଯୋଗାଯୋଗ ଓ ଯାତାୟାତ ବ୍ୟବସ୍ଥା ସ୍ବାଭାବିକ କରିବାକୁ ସିପିଆଇ ଦାବି କରିଛି। ପରିସ୍ଥିତି ସମ୍ପୂର୍ଣ୍ଣ ସୁଧାରିବା ପର୍ଯ୍ୟନ୍ତ ବିପନ୍ନ ପରିବାରଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ରନ୍ଧା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଓ ସ୍ବାସ୍ଥ୍ୟସେବା ଯୋଗାଇବା ସହ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦଳ ଦାବି କରିଛି।

ସେହିପରି ବାତ୍ୟା ଓ ବନ୍ୟା ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଥିବାରୁ ଚାଷୀଙ୍କ ଉପସ୍ଥିତିରେ କ୍ଷୟକ୍ଷତିର ସଠିକ ଆକଳନ କରି ତୁରନ୍ତ ଫସଲ ବୀମା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି ହୋଇଛି। କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ମଧ୍ୟ ସରକାରୀ ସହାୟତା ଦେବା, ପ୍ରଭାବିତ ଅଞ୍ଚଳରେ ରାସ୍ତାଘାଟ ମରାମତି କରିବା ଏବଂ ବିଦ୍ୟୁତ ସଂଯୋଗକୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ବାଭାବିକ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି।

ଏଥିସହ ଗଞ୍ଜାମ ଜିଲାରେ ବାରମ୍ବାର ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ମୂଳ କାରଣ ଅନୁଧ୍ୟାନ କରି ଭବିଷ୍ୟତରେ ଏଭଳି ବିପର୍ଯ୍ୟୟର ମୁକାବିଲା ଓ ବନ୍ୟା ନିୟନ୍ତ୍ରଣ ପାଇଁ ଏକ ସ୍ଥାୟୀ ଓ ନିର୍ଦ୍ଦିଷ୍ଟ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇ ଦାବି କରିଛି।

ବିପତ୍ତି ସମୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ ସିପିଆଇର କର୍ମୀମାନେ ସ୍ବେଚ୍ଛାସେବୀ ଭାବେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଥିବା ପ୍ରତିନିଧି ଦଳ ଜଣାଇଛି। ତେବେ ଦାବିଗୁଡ଼ିକ ପୂରଣରେ ସରକାର କିମ୍ବା ପ୍ରଶାସନ ଅବହେଳା କଲେ ଆଗାମୀ ଦିନରେ ସମଗ୍ର ଗଞ୍ଜାମ ଜିଲାରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ସିପିଆଇ ପକ୍ଷରୁ ଚେତାବନୀ ଦିଆଯାଇଛି।

ଏହି ଆଲୋଚନା ଏବଂ ଗତ ସମୟରେ ଜିଲା ସହ-ସମ୍ପାଦକ ନୀଳକଣ୍ଠ ଦାଶ, ରାଜ୍ୟ ସମ୍ପାଦକମଣ୍ଡଳୀ ସଦସ୍ୟ ପ୍ରକାଶ ପାତ୍ର, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ସିଏଚ୍‌. ଜନାର୍ଦ୍ଦନ ରେଡ୍ଡୀ, ଛତ୍ରପୁର ଜୋନାଲ ସମ୍ପାଦକ ଡି. ଆଦିନାରାୟଣ ରେଡ୍ଡୀ, ଏସ୍‌. କ୍ରିଷ୍ଣା ରେଡ୍ଡୀ, ପୀତବାସ ମହାପାତ୍ର, ହରପ୍ରସାଦ ଆଚାରୀ, ବିଦେଶୀ ନାହାକ, କୈଳାସ ପାତ୍ର ଓ ଅନ୍ତର୍ଯ୍ୟାମୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ଶେଷ ମ୍ୟାଚ୍‌ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ…

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?