Posted inଜାତୀୟ

ଦୂରଦର୍ଶନରେ ପ୍ରସାରଣ ହେବାକୁ ଥିବା ରାମ ମନ୍ଦିର ଭୂମିପୂଜାକୁ ସିପିଆଇ ନେତାଙ୍କ ବିରୋଧ

ନୂଆଦିଲ୍ଲୀ,୨୭।୭: ଆଯୋଧ୍ୟାରେ ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ସମାରୋହ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶିଳାନ୍ୟାସ କରିବେ। କରୋନା ଯୋଗୁ ଏହି ସମାବେଶରେ କେବଳ ସୀମିତ ଲୋକ ହିଁ ଯୋଗ ଦେଇପାରିବେ। ତେଣୁ ରାମଲଲାଙ୍କ ଭକ୍ତ ପାଇଁ ସରକାର ଏହି ସମାରୋହକୁ ଦୂରଦର୍ଶନରେ ପ୍ରସାରଣ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ଏହି ପ୍ରସାରଣକୁ କେରଳ ରାଜ୍ୟସଭା ଏମ୍‌ପି ତଥା ସିପିଆଇ ନେତା ବିନୟ ବିଶ୍ୱମ୍‌ ବିରୋଧ କରିଛନ୍ତି। ଏନେଇ ସେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଏକ ଚିଠି ଲେଖିଛନ୍ତି। ଯେଉଁଥିରେ ସେ ଅଗଷ୍ଟ ୫ରେ ଆଯୋଧ୍ୟାରେ ହେବାକୁ ଥିବା ପ୍ରସ୍ତାବିତ ଧାର୍ମିକ କାର୍ଯ୍ୟକ୍ରମକୁ ପସାରଣ ନ କରିବାକୁ ନିବେଦନ କରିଛନ୍ତି। ଦୂରଦର୍ଶନରେ ଏହି ସମାରୋହ ପ୍ରସାରିତ ହେବା ଦ୍ୱାରା ଦେଶର ସାର୍ବଭୌମତ୍ୱ କ୍ଷୂର୍ଣ୍ଣ ହେବ। ଧର୍ମନିରପେକ୍ଷ ଗଣତନ୍ତ୍ରରେ ସରକାରଙ୍କ ଗୋଟିଏ ଧର୍ମ ପ୍ରତି ପ୍ରବୃକ୍ତି ଉଚିତ ନୁହେଁ। ଏହା ସରକାରଙ୍କ ଛବିକୁ ଧୂଳିସାତ୍‌ କରିପାରେ ବୋଲି ବିନୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri