ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍‌

ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍‌ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି ସମ୍ପାଦକ ଲାଲ ବାହାଦୂର ମାହାନ୍ତ ଅଧ୍ୟକ୍ଷତା କରିଥିବା ବେଳେ ସିପିଆଇଏମ୍‌ ଜିଲା ସମ୍ପାଦକ ପ୍ରମୋଦ କୁମାର ସାମଲ ଯୋଗଦେଇଥିଲେ। ସର୍ବଭାରତୀୟ ଟ୍ରେଡ଼ ୟୁନିୟନର ଆହ୍ବାନ କ୍ରମେ ଆଗାମୀ ୨୮-୨୯ ଦୁଇଦିନ ବ୍ୟାପି ହେବାକୁ ଥିବା ଦେଶ ବ୍ୟାପି ସାଧାରଣ ଧର୍ମଘଟ ସମ୍ପର୍କରେ ଆଲୋଚନା କରାଯାଇଥିଲା।

ବୈଠକର ନିଷ୍ପତ୍ତି କ୍ରମେ ଲହୁଣୀପଡ଼ା ବ୍ଲକ ଛକ, ଖୁଣ୍ଟଗାଁ ଓ ବରସୁଆଁଠାରେ ରାସ୍ତା ଅବରୋଧ କରାଯିବ। ବିଭିନ୍ନ ପ୍ରକାର ଦାବିକୁ ପୂରଣ କରିବା ଲାଗି ସର୍ବସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ ନିଜ ଅଞ୍ଚଳର କର୍ମୀ ଓ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇଥିଲେ। ଏହା ସୋମବାର ସକାଳ ୬ଟରୁ ଆରମ୍ଭ କରାଯିବ ବୋଲି ସୂଚନା ଦେଇଥିଲେ। ବୈଠକରେ ଡିଲେଶ୍ୱର ବେହେରା, ଦୁର୍ଯ୍ୟୋଧନ ମାହାନ୍ତ, ବାବୁରାମ ମାହାନ୍ତ, ପ୍ରଦୀପ ବେହେରା, ବିନୋଦ ମାହାନ୍ତ, ଚଳତ ପଣ୍ଡା,ଗୋବର୍ଦ୍ଧନ କିଷାନ ପ୍ରମୁଖ ଉପସ୍ଥିତ ଥିଲେ। ଉପସ୍ଥିତ କର୍ମୀ ଓ କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ କାର୍ଯ୍ୟାଳୟ ସମ୍ମୁଖରେ ଦଳୀୟ ପତାକାକୁ ଧରି ସଂକଳ୍ପ ନେଇଥିଲେ ବୋଲି ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri