ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଛତ୍ରପୁର ବିଡିଓ ସମ୍ବିତ ସଂଗ୍ରାମଜିତ ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଟୋକେନ ଲାପସ ହେବା ପୂର୍ବରୁ ଠିକ ସମୟରେ ମଣ୍ଡିରୁ ଧାନ କିଣିବା, ରାଶନ କାର୍ଡରେ ନାମ ସଂଯୋଗୀକରଣ ପ୍ରକ୍ରିୟା ତୁରନ୍ତ କରିବା, ଆବାସ ଯୋଜନାରେ ଘର ଯୋଗାଇ ଦେବା, ସ୍ମାର୍ଟ ମିଟର ଦ୍ୱାରା କରାଯାଉଥିବା ଶୋଷଣ ବନ୍ଦ କରିବା, ବ୍ଲକରେ ଚାଲିଥିବା ପିସି କାରାବାରକୁ ବନ୍ଦ କରିବା ଆଦି ଦାବି ନେଇ ସିପିଆଇ ପକ୍ଷରୁ ଏହି ପ୍ରତିବାଦ କାର୍ଯ୍ୟକ୍ରମ କରିଥିଲେ । ସେମାନଙ୍କ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ସିପିଆଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ ବୋଲି ଦଳରକର୍ମକର୍ତ୍ତା ଚେତାବନୀ ଦେଇଛନ୍ତି। ଜିଲା ସହସମ୍ପାଦକ ନୀଳକଣ୍ଠ ଦାଶ, ଉତ୍କଳ ମହିଳା ସମିତିର ରାଜ୍ୟ ଉପସଭାନେତ୍ରୀ ଏନ. ଭାନୁ ମତୀ ରେଡ୍ଡୀ, ସିପିଆଇର ଜିଲା କାର୍ଯ୍ୟକାରିଣୀ ସଭ୍ୟ ସିଏଚ. ଜନାର୍ଦ୍ଦନ ରେଡ୍ଡୀ, ଛତ୍ରପୁର ଜୋନାଲ ସମ୍ପାଦକ ଡି. ଆଦିନାରାୟଣ ରେଡ୍ଡୀ, ଚମାଖଣ୍ଡି ଜୋନାଲ ସମ୍ପାଦକ ଏନ. ଗିରିଜା ପ୍ରସାଦ ରେଡ୍ଡୀ, ରାଜେନ୍ଦ୍ର ନାହାକ, ପୂର୍ବତନ ସରପଞ୍ଚ ସୀମାଞ୍ଚଳ ସାହୁ, ଏନ. ମୁନାପାତ୍ର, ଏନ. ସୁକାନ୍ତ ଆଚାରୀ, ଏସ. ତ୍ରିନାଥ ରେଡ୍ଡୀ, ପ୍ରଫୁଲ୍ଲ ପାଣିଗ୍ରାହୀ, ନବୀନ ଗୌଡ଼ଙ୍କ ସମେତ ଅନ୍ୟମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri