ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ପୂର୍ବରୁ ବହୁ ସଂଖ୍ୟକ ଦଳୀୟକର୍ମୀ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ଆୟୋଜିତ ପ୍ରତିବାଦ ସଭାରେ ସିପିଆଇ ଗଞ୍ଜାମ ଜିଲା ସହସମ୍ପାଦକ ପ୍ରଦୀପ ସେଠୀ,କୃଷକ ସଙ୍ଗଠକ ବୃନ୍ଦାବନ ପଣ୍ଡା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା , ଚାଷୀ ମାରଣ ନୀତି, କଳା ଶ୍ରମ କୋଡ଼ ବାତିଲ କରାଯିବା ସହ ଦରଦାମ ବୃଦ୍ଧି ବିରୋଧରେ ଉଦ୍‌ବୋଧନ ଦେଇଥିଲେ। ସିପିଆଇ ଦିଗପହଣ୍ଡି ଶାଖା ସମ୍ପାଦକ ତପନ କୁମାର ମିଶ୍ର, ଭଗବାନ ପଟ୍ଟନାୟକ, ଆର. ଦୀନବନ୍ଧୁ ଦୈତାରି ରେଡ୍ଡୀ, ପ୍ରକାଶ ସେଠୀ, ଅଶୋକ ସେଠୀ,ମୂଷା ବେହେରା,ଉଗ୍ରସେନ ସେଠୀ, ବୀର ପ୍ରଧାନ,ବିଜୟ ସ୍ବାଇଁ,ନରସିଂହ ରଣା,ପବିତ୍ର ରଣା,ପ୍ରଦୀପ ପରିଡ଼ା, ପ୍ରଶାନ୍ତ ପ୍ରଧାନ, ପିଣ୍ଟୁ ବେହେରା,ସୁରେନ୍ଦ୍ର ସେଠୀ ପ୍ରମୁଖ ବହୁ ସଂଖ୍ୟକ ଦଳୀୟକର୍ମୀ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଘୋଷିତ ଧାନ କିଣ୍ଟାଲ ପ୍ରତି ସର୍ବନିମ୍ନ ସହାୟକ ମୂଲ୍ୟ ୮ ଶହ ଟଙ୍କା ଚାଷୀଙ୍କୁ ପ୍ରଦାନ କରିବା, ଧାନ ମଣ୍ଡିରେ କଟନିଛଟନି ବନ୍ଦ କରିବା, ସମସ୍ତ କୃଷିଜାତ ପଦାର୍ଥର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନକୁ ଆଇନଗତ ଗ୍ୟାରେଣ୍ଟି ପ୍ରଦାନ କରିବା, ପ୍ରଦୂଷଣ ସାର୍ଟିଫିକେଟ ନାଁରେ ଫାଇନ ଆଦାୟ ବନ୍ଦ କରିବା, ଏମଜିଏନଆରଜିଏସ ଯୋଜନାର ନାଁ ବଦଳାଇ ଶ୍ରମିକମାନଙ୍କୁ ଠକିବା ପାଇଁ ନୂଆ ଯୋଜନାକୁ ବାତିଲ କରିବା ଦାବି କରାଯାଇଛି। ସେହିପରି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ଓ ରାଜ୍ୟ ସରକାର ଭୋଟ ପାଇଁ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟିକରି ଆଦିବାସୀ,ଦଳିତ,ସଂଖ୍ୟାଲଘୁ,ମହିଳା ଓ ଶିଶୁଙ୍କ ଉପରେ ପାଶବିକ ଅତ୍ୟାଚାର ବନ୍ଦ କରିବା , ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଯୋଗ୍ୟ ଭୋଟରଙ୍କୁ ହଟାଇବା ପାଇଁ ଭୋଟର ତାଲିକା ସଘନ ସଂଶୋଧନ(ଏସଆଇଆର) କୁ ବନ୍ଦ କରିବା, ଟାଟା ପାୱାର ପକ୍ଷରୁ ସ୍ମାର୍ଟ ମିଟର ସଂଯୋଗ ପାଇଁ ବିଦ୍ୟୁତ ଉପଭୋକ୍ତାଙ୍କୁ ବାଧ୍ୟତାମୂଳକ ବ୍ୟବସ୍ଥା ବନ୍ଦ କରିବା, ଶିଳ୍ପାୟନ ଓ ବିକାଶ ନାଁରେ ବେଆଇନ ଉଚ୍ଛେଦ ଓ ବିସ୍ଥାପନ ବନ୍ଦ ସହ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ବାର୍ଦ୍ଧକ୍ୟ,ବିଧବା ଓ ଦିବ୍ୟାଙ୍ଗ ଭତ୍ତା ପ୍ରଦାନ କରିବା, ବାସହୀନଙ୍କୁ ଘର ପଟ୍ଟା ପ୍ରଦାନ ସହ ଗୃହ ଋଣ ପ୍ରଦାନ କରିବା, ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବ୍ୟବସାୟକରଣ ବନ୍ଦ କରିବା, ବର୍ଷାଋତୁ ପୂର୍ବରୁ ସମସ୍ତ ଜଳସେଚନ ପ୍ରକଳ୍ପ ,ଜଳାଶୟ ଓ କେନାଲ ଗୁଡ଼ିକର ମରାମତି ଓ ରକ୍ଷଣାବେକ୍ଷଣ କରାଯିବା ପ୍ରଭୃତି ମୌଳିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପ୍ରତିନିଧି ଦଳ ବିଡ଼ିଓ ଅନାମିକା ପାଣ୍ଡେଙ୍କୁ ସାକ୍ଷାତ କରି ଆଲୋଚନା କରିବା ସହ ସମସ୍ତ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri