ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା ହୋଇଥିଲା। ପରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ସମୟରେ ମଣ୍ଡିରେ ପଡିରହିଥିବା ଧାନ ଶୀଘ୍ର ଉଠାଣ, କଟନି ଛଟନି ବନ୍ଦ, ପେଶା ଆଇନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନ ଲାଗୁ କରିବା, ଟାଟା ପାୱାର ଦ୍ୱାରା ବାଧ୍ୟତାମୂଳକ ସ୍ମାର୍ଟ ମିଟର ବସାଇବା ନାରେ ଶୋଷଣ ବନ୍ଦ କରିବା, ୩୦୦ ୟୁନିଟ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ଛାଡ ଆଦି ଦାବି ନେଇ କର୍ମକର୍ତ୍ତା ସରକାରଙ୍କ ଉପରେ ବର୍ଷିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୧୨ ଦଫା ଦାବିପତ୍ର ପ୍ରଦାନ କରାଯାଇଥିଲା। ଜିଲା ସମ୍ପାଦକ ଜଗଦୀଶ ଦୁର୍ଗାଙ୍କ ସଭାପତିତ୍ୱର ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ରାଜ୍ୟ ସମ୍ପାଦକ ଡ. ପ୍ରଶାନ୍ତ କୁମାର ମିଶ୍ର, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ସାଥୀ ଦାମୋଦର ବେହେରା, ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନି, ଅଖିଳ ଭାରତ ଛାତ୍ର ସଂଘ ଜିଲା ସଭାପତି ରାଜାରାମ ଡଙ୍ଗରି, ଜୁନାଗଡ ଜୋନ ସମ୍ପାଦକ ବାନାମ୍ବର ମେହେର, ପୂର୍ବତନ ଜିଲା ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ବିନିତା ମାଝୀ, ଯଶୋବନ୍ତ ବେମାଲ, ଅଖିଲ ଭାରତ ଯୁବସଂଘ ଜିଲା ଆବାହକ ହିମାଂଶୁ ନାୟକ, ବୈଦେହି ବିହାରୀ ପ୍ରମୁଖ ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri