ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ ସଭାରେ କମ୍ରେଡ ଦଣ୍ଡପାଣି ସାହୁ ଅଧ୍ୟକ୍ଷତା କରିଥିଲେ। ଜୋନାଲ କମିଟି ସମ୍ପାଦକ କମ୍ରେଡ୍‌ କିଶୋର କୁମାର ଶତପଥୀଙ୍କ ସଂଯୋଜନାରେ ଆୟୋଜିତ ସଭାରେ ଦିବଙ୍ଗତ ନାରୀନେତ୍ରୀ ପ୍ରମିଳା ଜେନାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା। ଶ୍ରମିକ ସଙ୍ଗଠନ ଏଆଇଟିୟୁସିର ଗଞ୍ଜାମ ଜିଲା ସାଧାରଣ ସମ୍ପାଦକ କମ୍ରେଡ଼ ଅଳକ ନାଥ ମିଶ୍ର ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି, ଦରଦାମ ବୃଦ୍ଧି, ବେରୋଜଗାର, କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି, ଚାଷୀଙ୍କ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ପାର୍ଟିର ସଭ୍ୟପଦ ନବୀକରଣ, ନୂତନ ସଭ୍ୟ ସଂଗ୍ରହ, ଗଣ ପାଣ୍ଠି ସଂଗ୍ରହ ପାଇଁ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା। ପ୍ରତି ଶାଖାରେ ଅଖିଳ ଭାରତ ଛାତ୍ର ସଂଘ, ଯୁବସଂଘ, କୃଷକ ସଙ୍ଗଠନ, କ୍ଷେତ ମଜଦୂର ସଂଘ, ଉତ୍କଳ ମହିଳା ସମିତି ଏବଂ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଶାଖା ଗଠନ ପାଇଁ ସଭାରେ ନିର୍ଦ୍ଧାରଣ କରାଯାଇଥିଲା। ଦିଗପହଣ୍ଡି ବ୍ଲକର କୋଟିନଡ଼ା, ପୋଡ଼ାବାଡ଼ି, ଚଷା ନିମଖଣ୍ଡି ଗ୍ରାମର ଶାଖା ସମ୍ମିଳନୀ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏପ୍ରିଲ ୧୮ରେ ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ସଭାଗୃହରେ ପାର୍ଟିର ଜୋନାଲ ସମ୍ମିଳନୀ କରାଯିବା ନିମନ୍ତେ ସ୍ଥିର କରାଯାଇଥିଲା। କମ୍ରେଡ଼ ଲୋକନାଥ ବିଷୋୟୀ, କୁମୁଦ ଚନ୍ଦ୍ର ପ୍ରଧାନ, ଜି.ରାଜେଶ, ଅନିଲ ଗୌଡ଼, ଦୁର୍ଯ୍ୟୋଧନ ନାୟକ, ସୋମନାଥ ଦଳେଇ, ମିଥୁନ ଗୌଡ଼, ପ୍ରକାଶ ଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri