Posted inଜାତୀୟ

ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କଲେ କେ. କେ. ଶୈଳଜା

ଥିରୁଭାନନ୍ତପୁରମ୍‌,୪।୯: କେରଳର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବରିଷ୍ଠ ସିପିଆଇ (ଏମ) ନେତା କେ.କେ ଶୈଳଜା ସମ୍ମାନଜନକ ମ୍ୟାଗସେସେ ପୁରସ୍କାର ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ସେ କହିଛନ୍ତି, ମ୍ୟାଗସେସେ ପୁରସ୍କାର କମିଟି ତରଫରୁ ତାଙ୍କ ନିକଟକୁ ଏକ ଚିଠି ଆସିଛି। କିନ୍ତୁ ମୁଁ ଜଣେ ସିପିଆଇ(ଏମ୍‌)ର କେନ୍ଦ୍ରୀୟ କମିଟି ସଦସ୍ୟା। ଏନେଇ କମିଟି ସହ ଆଲୋଚନା କରିଥିଲି ଏବଂ ପୁରସ୍କାର ଗ୍ରହଣ ନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ କେ.କେ ଶୈଳଜା ନିପା ଭାଇରସ ଏବଂ କରୋନା ମୁକାବିଲା କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ନିପା ହେଉ କି କରୋନା, ଏହା ପ୍ରଥମେ କେରଳରେ ଆକ୍ରମଣ କରିଥିଲା। ଶୈଳଜାଙ୍କ ନେତୃତ୍ୱରେ କେରଳରେ ଏହା ବିରୁଦ୍ଧରେ ପ୍ରଭାବଶାଳୀ ଭାବରେ ଲଢିଥିଲା। ସୂଚନାନୁସାରେ, ପୁରସ୍କାର କମିଟି ଇମେଲ ମାଧ୍ୟମରେ ସୂଚନା ଦେଇଛି ଯେ ପୁରସ୍କାର ପାଇଁ ତାଙ୍କ ନାମ ଚୟନ କରାଯାଇଥିଲା।
କେ.କେ ଶୈଳଜା ସରକାରଙ୍କ ଦ୍ୱାରା ଦିଆଯାଇଥିବା ଦାୟିତ୍ୱ ତୁଲାଉଥିଲେ। ତେଣୁ ସେ ବ୍ୟକ୍ତିଗତ ଭାବେ ଏଥିପାଇଁ ଶ୍ରେୟ ନେବା ଉଚିତ୍‌ ନୁହେଁ। ଏହା ଏକ ସାମୂହିକ ପ୍ରୟାସ ଥିଲା ବୋଲି ତାଙ୍କ ଦଳ ସିପିଆଇ(ଏମ୍‌) ବିଶ୍ୱାସ କରେ। ତେଣୁ ସେ ଏହି ପୁରସ୍ପାର ଗ୍ରହଣ କରିବେ ନାହିଁ ବୋଲି ଘୋଷଣା କରିଛନ୍ତି।
ବିଭିନ୍ନ କ୍ଷେତ୍ରରେ ନିଃସ୍ବାର୍ଥପର ସେବା କରିଥିବା ବ୍ୟକ୍ତିଙ୍କୁ ମ୍ୟାଗସେସେ ପୁରସ୍କାର ଦିଆଯାଏ। ଏହାକୁ ଏସିଆର ନୋବେଲ ପୁରସ୍କାର ମଧ୍ୟ କୁହାଯାଏ। ଏହି ପୁରସ୍କାର ଫିଲିପାଇନ୍ସର ପୂର୍ବତନ ରାଷ୍ଟ୍ରପତି ରମନ ମ୍ୟାଗସେସେଙ୍କୁ ଶ୍ରଦ୍ଧାଞ୍ଜଳି। ୧୯୫୭ରେ ତାଙ୍କ ସମ୍ମାନାର୍ଥେ ଏହି ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri