ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ ହେବାରେ ଲାଗିଛି। ବିଶେଷ କରି ସମୁଦ୍ର ଉଚ୍ଚ ଜୁଆର ମାଡ଼ରେ ପୋଡ଼ମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭକୁ ଚାଲି ଯାଉଛି । ଆଉ କିଛି ଦିନ ମଧ୍ୟରେ ସମୁଦ୍ର ଲହଡି ଜନବସତି ଆଡକୁ ମାଡି ଆସିବ ଏଥିରେ ସନ୍ଦେହ ନାହିଁ। ତାହା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ପ୍ରଶାସନର ତତ୍ପରତା ପାଇବା ସହ ସ୍ଥିତି ଅନୁଧ୍ୟାନ ପାଇଁ ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ସୁଅ ଛୁଟୁଥିବା ଦେଖିବାକୁ ମିଳୁଛି । ଏନେଇ ସିପିଆଇଏମର ବରିଷ୍ଠ ନେତା ଅଳିକିଶୋର ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପୋଡ଼ମପେଟା ଯାଇ ବିଭିନ୍ନ ଦିଗକୁ ନେଇ ସମୀକ୍ଷା କରିବା ସହ ସମୁଦ୍ର ଉପକୂଳବର୍ତ୍ତୀ ଲୋକଙ୍କ ଆଲୋଚନା କରିଛନ୍ତି । ଜିଲା ସମ୍ପାଦକ ଯୁଧିଷ୍ଠିର ବେହେରା, ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏ, ଗୋପାଳ ପାଣିଗ୍ରାହୀ, ସୁଜିତ ବେହେରା, ତ୍ରିଲୋଚନ ପ୍ରଧାନ, ମନୋଜ ସାହୁ, ଶ୍ରୀଧର ସ୍ବାଇଁ, ଧର୍ମରାଜ ସ୍ବାଇଁ ଓ ବସନ୍ତ ସ୍ବାଇଁ ପ୍ରମୁଖ ଆଲୋଚନା ବେଳେ ଉପସ୍ଥିତ ଥିଲେ। ଏସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଉପକୂଳ ଅଧିବାସୀଙ୍କ ଜନଜୀବନ ସୁରକ୍ଷା ନେଇ ଜିଲାପାଳଙ୍କ ଆଲୋଚନା କରିବେ ବୋଲି ସିପିଆଇଏମ ପୂର୍ବତନ ରାଜ୍ୟ ସମ୍ପାଦକ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପ୍ରକାଶ ଯୋଗ୍ୟ ଦିନକୁ ଦିନ ସମୁଦ୍ର ଉଗ୍ର ରୂପ ଧାରଣ କରିବା ସହ ଉଚ୍ଚ ଜୁଆରରେ ପୁରୁଣା ପୋଡମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭରେ ଲୀନ ହେଉଥିବା ଜଣା ପଡିବା ପରେ ପ୍ରଶାସନ ଓ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଉଛି । ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ମ ପେଟା ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ କରାଯିବା ସହ ଅର୍ନିଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ବିଶେଷ କରି ଗୋଖରକୁଦା ଠାରୁ ବଟେଶ୍ୱର ମନ୍ଦିର ବେଳାଭୂମି ପର୍ଯ୍ୟନ୍ତ ବେଳାଭୂମି ଅବକ୍ଷେୟ ହେଉଥିବା ଦେଖିବାକୁ ମିଳିଛି। ଯାହାଫଳରେ ବେଳାଭୂମି ନଷ୍ଟ ହେବା ସହ ବଟେଶ୍ୱର ଠାରୁ ସମୁଦ୍ର କୂଳକୁ ସଂଯୋଗ ରାସ୍ତାବି ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଗଲାଣି । ଏଥିପାଇଁ ସମୁଦ୍ର ଉପକୁଳ ତଟବର୍ତ୍ତୀ ଅଂଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?